ଆଜି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ମୃତ୍ୟୁବରଣ କରିଛନ୍ତି। ବାଲେଶ୍ୱରଏବଂ ମାଲକାନଗିରି ଜିଲାରୁ ୨ ଜଣ ଆକ୍ରାନ୍ତ ଆଖି ବୁଜିଛନ୍ତି। ବୌଦ୍ଧ, ଝାରସୁଗୁଡା, ଦେବଗଡ, ରାୟଗଡା, ସୁନ୍ଦରଗଡ, ସମ୍ବଲପୁର, ନୟାଗଡ, କେନ୍ଦୁଝର ଏବଂ କଳାହାଣ୍ଡିରୁ ଜଣେ ଲେଖାଏ ପ୍ରାଣ ହରାଇଛନ୍ତି।

Share