ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଶନିବାରବାର ୧୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୩୩ ହଜାର ୧୨୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲାରୁ ସର୍ବାଧିକ ୩୦ ଥିବା ବେଳେ ଅନୁଗୋଳରୁ ୪, ବାଲେଶ୍ୱରରୁ ୭, ବରଗଡ଼ରୁ ୧୦, ଭଦ୍ରକରୁ ୪ , ବଲାଙ୍ଗୀରରୁ ୫, କଟକରୁ ୪, ଦେବଗଡ଼ରୁ ୨, ଗଜପତିରୁ ୩, ଓ ଗଞ୍ଜାମରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଯାଜପୁରର ୭, ଝାରସୁଗୁଡ଼ାରୁ ୨୩, କଳାହାଣ୍ଡିରୁ ୧, ଖୋର୍ଦ୍ଧାରୁ ୫, କୋରାପୁଟରୁ ୩, ମାଲକାନଗିରିରୁ ଜଣେ ମୟୂରଭଞ୍ଜରୁ ୨ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନୂଆପଡ଼ାରୁ ୧୬, ପୁରୀରୁ ୧୯, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୪ ଓ ସୁବର୍ଣ୍ଣପୁରରୁ ୨ ଆକ୍ରାନ୍ତ ଅଛନ୍ତି।