୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ରାଜ୍ୟରେ ୨୫ ଲକ୍ଷ ଲକ୍ଷପତି ଦିଦି’ କରିବାକୁ ବଜେଟ୍‌ରେ ବ୍ୟୟବରାଦ ହୋଇଛି। ୨୦୨୭ ସୁଦ୍ଧା ରାଜ୍ୟରେ ଏହା ସୃଷ୍ଟି କରାଯିବ। ଏନେଇ ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ କରାଯାଇଛି।

ଏପରିକି ବଜେଟ୍‌ରେ ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’ ଅଣାଯାଇଛି। ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ଏହି ଯୋଜନା କରାଯାଇଛି। ଯଶୋଦା ଯୋଜନା ପାଇଁ ବଜେଟରେ ୮୩ କୋଟିର ବ୍ୟବସ୍ଥା କରାଯାଇଛି।

Share