ବିଓବିର ୧୧୭ତମ ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୨୩।୭ (ଅଭୟ ଦାଶ): ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର ୧୧୭ ତମ ପ୍ରତିଷ୍ଠା ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି ବିଓବି କଟକ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ମଧ୍ୟ ବ୍ୟାଙ୍କର ପ୍ରତିଷ୍ଠା ଦିବସ ପାଳନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ କଟକ ବକ୍ସି ବଜାରସ୍ଥିତ ଚଳଚ୍ଚିତ୍ର ଭବନଠାରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ଜରିଆରେ ରୋଗୀସେବା ପାଇଁ ବ୍ୟାଙ୍କ ପକ୍ଷରୁ ୪ଟି ଷ୍ଟ୍ରେଚର ଏବଂ ୪ଟି ହୁଇଲ ଚେୟାର ହସ୍ପିଟାଲକୁ ପ୍ରଦାନ କରାଯାଇଥିଲା। ସେହିଭଳି ବ୍ୟାଙ୍କର କ୍ଷେତ୍ରୀୟ କାର୍ଯ୍ୟାଳୟ ପରିସରରେ ଏକ ମେଗା ବୃକ୍ଷରୋପଣ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଥିଲାବେଳେ ଛୋଟଛୋଟ ପିଲାମାନଙ୍କ ମଧ୍ୟରେ ଚିତ୍ରାଙ୍କନ ଏବଂ ରଙ୍ଗୋଲି ପ୍ରତିଯୋଗିତା ଭଳି କାର୍ଯ୍ୟକ୍ରମର ଆୟୋଜନ କରାଯାଇ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ ମଧ୍ୟ କରାଯାଇଥିଲା। ଏହାପରେ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ସମସ୍ତ କର୍ମଚାରୀଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କ୍ଷେତ୍ରୀୟ ପ୍ରମୁଖ ରଞ୍ଜିତ କୁମାର ଉଦ୍‌ବୋଧନ ଦେଇ ବ୍ୟାଙ୍କର ଭବିଷ୍ୟତ ଯୋଜନାଗୁଡ଼ିକ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପ-କ୍ଷେତ୍ରୀୟ ପ୍ରମୁଖ ସଂଗ୍ରାମ ଜି.ପି.ବେହେରା, ରାଜେନ ପକ୍ଷାୟତ ଏବଂ ଚିତ୍ତରଞ୍ଜନ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଛଟେଇ କରିବ ମେଟା: ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ କର୍ମଚାରୀ ସାମିଲ

ନୂଆଦିଲ୍ଲୀ,୧୭ା୧୦: ଭବିଷ୍ୟତକୁ ଦୃଷ୍ଟିରେ ରଖି ଛଟେଇ କରିବାକୁ ଯାଉଛି ମେଟା। ଇନଷ୍ଟାଗ୍ରାମ, ହ୍ୱାଟସ୍ ଆପ୍ ଏବଂ ରିଅଲିଟି ଲ୍ୟାବ୍ ସମେତ ୟୁନିଟ୍ ଗୁଡିକରେ କର୍ମଚାରୀଙ୍କୁ ଛଟେଇ...

ଅକ୍ଟୋବରରେ ବଢ଼ିଲା ଏଫ୍‌ଡି ମୂଲ୍ୟ, ୭.୫%ରୁ ଅଧିକ ସୁଧହାର ଦେଉଛନ୍ତି ୧୦ ବ୍ୟାଙ୍କ

ନୂଆଦିଲ୍ଲୀ,୧୭।୧୦: କ୍ରମାଗତ ଭାବେ ବ୍ୟାଙ୍କର ନଗଦ ରାଶି ହ୍ରାସ ପାଇବା ସହିତ ବ୍ୟାଙ୍କ କାରବାରରେ ମଧ୍ୟ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ଉଭୟ ବ୍ୟାଙ୍କ ଓ...

ସୁଲଭ ଇଣ୍ଟରନେଟ୍ ପାଇଁ ଭାରତ ସରକାର ନେଲେ ବଡ଼ ନିଷ୍ପତ୍ତି: ପ୍ରଶଂସା କଲେ ଏଲନ ମସ୍କ

ନୂଆଦିଲ୍ଲୀ,୧୬ା୧୦: ଭାରତରେ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଛି ସାଟେଲାଇଟ ଇଣ୍ଟରନେଟ୍। ଏଥିପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ନିଲାମ କରିବା ବଦଳରେ ବିଶ୍ୱ ସ୍ତରୀୟ ନୀତି ଅନୁସରଣ...

କ୍ରୋକୋଡାଇଲ ଷ୍ଟୋରର ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୬।୧୦: ଦେଶର ପ୍ରମୁଖ ପ୍ରିମିୟମ ପୋଷାକ ବ୍ରାଣ୍ଡ୍‌ ତଥା ଅଗ୍ରଣୀ ରିଟେଲ ଚେନ୍‌ ‘କ୍ରୋକୋଡାଇଲ’ର ଏକ୍ସକ୍ଲୁସିଭ ଷ୍ଟୋର (କ୍ରୋକୋଡାଇଲ ସିମ୍ପୋନି ମଲ୍‌ ପାହାଳ ଷ୍ଟୋର) ର...

ରିଲାଏନ୍ସ ଜିଓର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୧୬।୧୦(ଅଭୟ ଦାଶ): ରିଲାଏନ୍ସ ଜିଓର ନୂତନ ଉତ୍ପାଦ ‘ଜିଓଭାରତ ଭି୩ ଏବଂ ଜିଓ ଭାରତ ଭି୪’ ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି ଏହି ୨ ନୂଆ...

ମାମାଆର୍ଥ ସହ ମିଶୋର ବୁଝାମଣା

ନୂଆଦିଲ୍ଲୀ,୧୬।୧୦: ଭାରତରେ ଦ୍ରୁତ ବୃଦ୍ଧି ପାଉଥିବା ପର୍ସନାଲ କେୟାର ବ୍ରାଣ୍ଡ୍‌ ମାମାଆର୍ଥ ଏବଂ ଇ-କର୍ମସ ପ୍ଲାଟ୍‌ଫର୍ମ ମିଶୋ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି।...

ଭାରତୀୟ ଡେଟା ସେଣ୍ଟରରେ ଭାରତର ଡେଟା ରହୁ: ଆକାଶ

ନୂଆଦିଲ୍ଲୀ,୧୬।୧୦: ଭାରତରେ ଡେଟା ସୃଷ୍ଟି ହେବାର ଆକାର ଏବଂ ଗତି ବେଶ୍‌ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଏପରିକି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ସହିତ ଆହୁରି...

ସେପ୍ଟେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ହାର ୫.୪୯%

ଭୁବନେଶ୍ୱର,୧୫ା୧୦(ଅନୁରାଧା ମହାରଣା): ପନିପରିବା ମୂଲ୍ୟରେ ବ୍ୟାପକ ବୃଦ୍ଧି ହେତୁ ଖୁଚୁରା ମୁଦ୍ରାସ୍ଫୀତି ହାରରେ ତୀବ୍ର ବୃଦ୍ଧି ଘଟିଛି। ଗତ ୯ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ଖୁଚୁରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri