୧୮ କେଜି ଗଞ୍ଜେଇ ଜବତ, ମଧ୍ୟ ପ୍ରଦେଶର ୨ ଯୁବକ ଗିରଫ

ଲୋଇସିଂହା,୧।୧୦(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ରେଳ ଷ୍ଟେଶନରେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ମଧ୍ୟ ପ୍ରଦେଶ ଅଞ୍ଚଳର ୨ ଜଣ ଯୁବକଙ୍କ ନିକଟରୁ ୧୮.୧୧୫ କେଜି ଗଞ୍ଜେଇ ଜବତ କରିଛି ଲୋଇସିଂହା ପୋଲିସ। ଗଞ୍ଜେଇ ଚାଲାଣ ଅଭିଯୋଗରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ମଧ୍ୟପ୍ରଦେଶ ଜବଳପୁର ଜିଲା ଘମାପୁର ଥାନା ବଲ୍ଡିକରି କୀ ଦଫାଇ ୱାର୍ଡର ପ୍ରବୀଣ ଚୌଧୁରୀ (୨୦) ଓ ଅର୍ପିତ ପାନିକ(୨୪)। ସୋମବାର ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି ବୋଲି ଥାନାଅଧିକାରୀ ଯାଜ୍ଞସିନୀ ନାୟକ ଜଣାଇଛନ୍ତି।

ରବିବାର ଅପରାହ୍ନରେ ସମ୍ପୃକ୍ତ ଯୁବକଦ୍ୱୟ ଲୋଇସିଂହା ରେଲୱେ ଷ୍ଟେଶନରେ ୨ଟି ଟ୍ରଲି ବ୍ୟାଗ ଧରି ବୁଲୁଥିବା ନେଇ ଲୋଇସିଂହା ପୋଲିସକୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା। ଆଇଆଇ ନାୟକ ଏବଂ ଷ୍ଟାଫ୍‌ ସେଠାରେ ଚଢାଉ କରି ସମ୍ପୃକ୍ତ ଯୁବକ ଦୟଙ୍କୁ କାବୁ କରି ନେଇଥିଲେ। ପରେ ମାଜିଷ୍ଟ୍ରେଟ ତଥା ଅତିରିକ୍ତ ତହସିଲଦାର ଅସେଶା ବାଗଙ୍କ ଉପସ୍ଥିତିରେ ବ୍ୟାଗ ଯାଞ୍ଚ କରାଯାଇଥିଲା। ୨ଟି ବ୍ୟାଗରୁ ୧୮.୧୧୫ କେଜି ଗଞ୍ଜେଇ ଜବତ କରାଯାଇଥିଲା। ଥାନା କେସ ନଂ ୩୩୯।୨୪ ରେ ଦଫା ୨୦(ବି) (ଆଇଆଇ)(ବି) ଏନଡିପିଏସ ଆକ୍ଟରେ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସେଲିବ୍ରିଟିଙ୍କୁ ମହାକାଶ ପଠାଇଲା ବ୍ଲୁ ଅରିଜିନ୍‌

ଓ୍ବାଶିଂଟନ,୧୪।୪:ପପ୍‌ ଗାୟିକା କେଟି ପେରୀ ଏବଂ ଆମେରିକୀୟ ଟିଭି ବ୍ୟକ୍ତିତ୍ୱ ଗେଲେ କିଙ୍ଗ୍‌ଙ୍କ ସମେତ ୬ ମହିଳା ସେଲିବ୍ରିଟିଙ୍କୁ ନେଇ ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ୍‌ର...

ଜେନେଭାରେ ନିଲାମ ହେବ ଭାରତର ଦୁର୍ଲଭ ହୀରା

ଜେନେଭା, ୧୪।୪:ଭାରତର ରାଜକୀୟ ଐତିହ୍ୟକୁ ଦର୍ଶାଉଥିବା ବିରଳ ‘ଦି ଗୋଲକୋଣ୍ଡା ବ୍ଲ୍ୟୁ’ ହୀରାର ନିଲାମ ହେବାକୁ ଯାଉଛି। ଆସନ୍ତା ମେ ୧୪ରେ ସୁଇଜରଲାଣ୍ଡର ଜେନେଭାସ୍ଥିତ ‘କ୍ରିଷ୍ଟିଜ୍‌...

ସ୍କୁଟି ବାଇକ୍‌ ଧକ୍କାରେ ଜଣେ ମୃତ, ୩ ଗୁରୁତର

ଆସିକା, ୧୪ା୪ (ସୁରେନ୍ଦ୍ର ନାଥ ସାହୁ): ଆସିକା-ଭଞ୍ଜନଗର ମୁଖ୍ୟ ରାସ୍ତାର ଆସିକା ଥାନା ଅନ୍ତର୍ଗତ ବାଲିସିରା ଛକ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ...

୪୮ ହଜାର ଟଙ୍କାରୁ ଅଧିକ ବିଦ୍ୟୁତ ବିଲ ଆସୁଥିଲେ କଟିଯିବ ପେନସନ

ଜୟପୁର,୧୪।୪: ରାଜସ୍ଥାନ ସରକାର ଏକ ବଡ଼ ଏବଂ ବହୁଚର୍ଚ୍ଚିତ ନିଷ୍ପତ୍ତି ନେବାକୁ ଯାଉଛନ୍ତି, ଯାହା ଦ୍ୱାରା ହଜାର ହଜାର ପେନସନଭୋଗୀଙ୍କ ନିଦ ହଜାଇପାରେ। ଏବେ ବାର୍ଷିକ...

ଭାଜପା ପକ୍ଷରୁ ସମ୍ବିଧାନ ପ୍ରଣେତାଙ୍କ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଭାଜପା ତରଫରୁ ବ୍ଲକ୍‌ସ୍ତରୀୟ ସମ୍ବିଧାନ ପ୍ରଣେତା ବାବା ସାହେବ ଆମ୍ବେଦକର ଜୟନ୍ତୀ ଡୁମୁରିଆ ପଞ୍ଚାୟତ ନୂଆଗାଁରେ...

ବିଭିନ୍ନ ସ୍ଥାନରେ ହନୁମାନ ଜୟନ୍ତୀ

ପାଟଣା,୧୪ା୪(ବୀର କିଶୋର ଦାଶ): ମହା ବିଷୁବ ସଂକ୍ରାନ୍ତି, ଶ୍ରୀ ହନୁମାନ ଜୟନ୍ତୀ ଓ ଓଡ଼ିଆ ନବବର୍ଷ ସକାଶେ ସୋମବାର କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ହନୁମାନ...

ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ

ନୂଆପଡ଼ା,୧୪ା୪ (ମକାରୁ ବେମାଲ) ଓଡ଼ିଆ ପକ୍ଷ ପାଳନର ସୋମବାର ଶେଷ ଦିନରେ ନୂଆପଡା ଜିଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ସୋମବାର ନିଆରା ଢଙ୍ଗରେ ଓଡ଼ିଆ ନବବର୍ଷ ପାଳିତ...

ବି. ଆର୍‌. ଆମ୍ବେଡକରଙ୍କ ଜୟନ୍ତୀ ପାଳିତ

ଭଞ୍ଜନଗର,୧୪।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଉନ ହଲରେ ସୋମବାର ସନ୍ଧ୍ୟାରେ ଭାରତ ରତ୍ନ ବାବା ସାହେବ ଡ. ଭୀମରାଓ ଆମ୍ବେଡକରଙ୍କ  ଜୟନ୍ତୀ ପାଳିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image