Advertisement

ଆରମ୍ଭ ହେଲା ୧୮ତମ ଲୋକସଭା ଅଧିବେଶନ, ଶପଥ ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୨୪।୬: ଲୋକସଭାର ୧୮ତମ ଅଧିବେଶନ ଆଜିଠାରୁ ଆରମ୍ଭ ହୋଇଛି । ଏହି ଅଧିବେଶନ ପୂର୍ବରୁ କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଷ୍ଟ୍ରପତି ଭବନରେ କମାଚଳା ବାଚସ୍ପତି ଭାବେ ଶପଥ ନେଇଛନ୍ତି । ସଂସଦରେ ନବନିର୍ବାଚିତ ୨୮୦ ଜଣ ଏମ୍‌ପିଙ୍କୁ ଆଜି ଶପଥ ପାଠ କରାଇବାର କାର୍ଯ୍ୟକ୍ରମ ରହିଥିବା ବେଳେ ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମ୍‌ପି ଭାବେ ଶପଥ ଗ୍ରହଣ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପରେ ପରେ ରାଜନାଥ ସିଂହ ଏବଂ ନୀତିନ୍‌ ଗଡ଼କାରୀ ଶପଥ ଗ୍ରହଣ କରିଛନ୍ତି ।

ଅଧିବେଶନ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ଆଜି ହେଉଛି ଗୌରବର ଦିନ। ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ନୂତନ ସଂସଦରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେଉଛି। ଏହି ମହାନ ଦିନରେ ମୁଁ ସମସ୍ତ ନୂତନ ନିର୍ବାଚିତ ଏମ୍‌ପିମାନଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ସମସ୍ତଙ୍କର ଶୁଭକାମନା କରୁଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share