କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର

ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ ପର୍ଯ୍ୟାୟ କ୍ଷୟକ୍ଷତି ଆକଳନ ଅନୁଯାୟୀ କ୍ଷତିଗ୍ରସ୍ତଙ୍କ ପାଇଁ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୧୯ କୋଟି ୬୫ ଲକ୍ଷ ୧୦ ହଜାର ୬୫୮ ଟଙ୍କା ଜିଲା ପ୍ରଶାସନକୁ ପ୍ରଦାନ କରାଯାଇଛି। ସୋମବାର ପୂର୍ବାହ୍ନରେ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ସମ୍ପ୍ରତି କ୍ଷତିଗ୍ରସ୍ତଙ୍କୁ ପଲିଥିନ୍‌ ଯୋଗାଇ ଦିଆଯାଇଥିବାବେଳେ ଆଶ୍ରୟ ସ୍ଥଳରେ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ରବିବାର ରାଜସ୍ବ ମନ୍ତ୍ରୀ ରିଲିଫ୍‌ କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ଲୋକଙ୍କୁ ଭେଟିବା ସହ ସ୍ଥିତି ସମୀକ୍ଷା କରିଛନ୍ତି। ସୋମବାର ସୁଦ୍ଧା କ୍ଷତିଗ୍ରସ୍ତ ପରିବାରକୁ ଗୃହ ମରାମତି, ଆବଶ୍ୟକ ଲୁଗାପଟା, ବାସନକୁସନ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ମନ୍ତ୍ରୀ ଜିଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ମୟୂରଭଞ୍ଜର କ୍ଷତିଗ୍ରସ୍ତ ଅଞ୍ଚଳ ଗସ୍ତ କରିଛନ୍ତି। ସେ ବାଙ୍ଗିରିପୋଷି ବ୍ଲକର ସୋରାସପୋଷି, ହାଣଦା, ସିଲପୁଞ୍ଜି, ମଣଦା, ମହୁଲବରେଇ ଓ ବିଶୋଇ ବ୍ଲକର ମୂଷାମାରି, ପୁଣ୍ଡିଦା, ଖଡମବୋ, ସାରସପଡ଼ା, କେଶରଗଡ଼ିଆ ଆଦି ସ୍ଥାନ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ପୂଜାରୀ କହିଛନ୍ତି, କାଳବୈଶାଖୀ ପ୍ରଭାବରେ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ଆବଶ୍ୟକ କ୍ଷତିପୂରଣ ୨୪ଘଣ୍ଟାରେ ଯୋଗାଇ ଦିଆଯିବ ଓ ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା କ୍ଷତିଗ୍ରସ୍ତ ହିତାଧିକାରୀମାନଙ୍କୁ ମଧ୍ୟ ଅନ୍ତ୍ୟୋଦୟ ଆବାସ ଯୋଜନାରେ ଗୃହ ଯୋଗାଇ ଦିଆଯିବ ।
ରାଜସ୍ବ ମନ୍ତ୍ରୀ ପୂଜାରୀଙ୍କ ସହ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣଚନ୍ଦ୍ର ମହାପାତ୍ର ହେଲିକପ୍ଟର ଯୋଗେ ପ୍ରଥମେ ବାଙ୍ଗରିପୋଷିଠାରେ ପହଞ୍ଚିଥିଲେ। ସେଠାରୁ ବାଙ୍ଗିରିପୋଷି ପଞ୍ଚାୟତର ଚୁଆପାଣି, ମହୁଲବରେଇ ଓ କାଳିଆମୀ ଗାଁକୁ ଯାଇ ସ୍ଥିତି ପରଖିଥିଲେ। ପରେ ବିଶୋଇ ବ୍ଲକ୍‌ର ଖଡ଼ମବେଡ଼ା ଓ ଜୁଡ଼ିଆ ପଞ୍ଚାୟତର ବିଭିନ୍ନ ଗ୍ରାମକୁ ଯାଇ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଥିଲେ। ପ୍ରାଥମିକ ଆକଳନ ଅନୁସାରେ ବାଙ୍ଗିରିପୋଷୀ, ବିଶୋଇ, କୁଳିଅଣା, ସାରସକଣା ଓ କରଞ୍ଜିଆ ବ୍ଲକର ମୋଟ ୧୯ଟି ଗ୍ରାମପଞ୍ଚାୟତର ୪୭ଟି ଗ୍ରାମର ୪୭୭୫ ଲୋକ କୁଆପଥର ଝଡ଼ ଯୋଗୁ ପ୍ରଭାବିତ ହୋଇଛନ୍ତି। ଏଥିରେ ୩୫୦ଟି କଚ୍ଚାଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା ବେଳେ ୧୧ଟି କଚ୍ଚାଘର ଗୁରୁତର କ୍ଷତିଗ୍ରସ୍ତ ହୋଇଛି ଏବଂ ୨୯୫ଟି କଚ୍ଚାଘର ଆଂଶିକ ନଷ୍ଟ ହୋଇଛି। ୪ଟି ଗାଈ ଗୁହାଳ ମଧ୍ୟ ନଷ୍ଟ ହୋଇଛି। ଏତଦ୍‌ବ୍ୟତୀତ ବିଦ୍ୟୁତ ଯୋଗାଣ, ଜଳ ଯୋଗାଣ, ଗମନାଗମନ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ କ୍ଷୟକ୍ଷତିର ପ୍ରାଥମିକ ରିପୋର୍ଟ ପ୍ରଦାନ କରାଯାଇଥିଲା। ମନ୍ତ୍ରୀ ପୂଜାରୀ ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ଥିତି ସମ୍ପର୍କରେ ଆଲୋଚନା କରିବା ପରେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ଦିଆଯିବ ବୋଲି କହିଛନ୍ତି। ବ୍ୟାଙ୍କ ଜରିଆରେ ସହାୟତା ରାଶି ପ୍ରଦାନ କରାଯିବ। ଆବଶ୍ୟକ ସ୍ଥଳେ ସିଧାସଳଖ ଟଙ୍କା ଦିଆଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ୨ ଦିନ ଧରି ପଲିଥିନ ପ୍ରଦାନ କରାଯାଉଛି। ପର୍ଯ୍ୟାପ୍ତ ପରିମାଣର ପଲିଥିନ ପହଞ୍ଚତ୍ଛି। ଯେଉଁମାନେ ପାଇନାହାନ୍ତି କିମ୍ବା କମ୍‌ ପରିମାଣର ପାଇଛନ୍ତି ସେମାନଙ୍କୁ ମଧ୍ୟ ପ୍ରଦାନ କରାଯିବ। ଯେଉଁମାନଙ୍କର ଡାଟାବେସ ପ୍ରସ୍ତୁତ ହୋଇଛି, ସେମାନଙ୍କୁ ଅନ୍‌ଲାଇନ ଯୋଗେ ଟଙ୍କା ପ୍ରଦାନ କରାଯିବ। ବାଦ୍‌ ପଡ଼ିଥିବା ପରିବାରକୁ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା କ୍ଷତିପୂରଣ ରାଶି ଦିଆଯିବ। ସମ୍ପୂର୍ଣ୍ଣ ଘର ନଷ୍ଟ ହୋଇଥିବା ପରିବାରକୁ ପୂର୍ଣ୍ଣ ସହାୟତା ରାଶି ପ୍ରଦାନ କରାଯିବ। ସେହିପରି ଆଶ୍ରୟସ୍ଥଳୀରେ ଯେତେଦିନ ପର୍ଯ୍ୟନ୍ତ କ୍ଷତିଗ୍ରସ୍ତ ପରିବାରର ଲୋକମାନେ ରହିବେ, ସେମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯିବ। ନିଜ ଘରେ ପଲିଥିନ ଟାଙ୍ଗି ରହୁଥିବା ପରିବାର ଲୋକଙ୍କୁ ମଧ୍ୟ ଶୁଖିଲା ଖାଦ୍ୟ ଜିଲା ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯିବ। ଘର ପୁନଃ ନିର୍ମାଣ ପାଇଁ ଅନ୍ତ୍ୟୋଦୟ ଗୃହ ଯୋଜନାରେ ପକ୍କାଗୃହ ପ୍ରଦାନ କରାଯିବ। ବିପନ୍ନ ପରିବାରକୁ ପୁନର୍ବାର ପୂର୍ବାବସ୍ଥାକୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯିବ ବୋଲି ରାଜସ୍ବ ମନ୍ତ୍ରୀ କହିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ, ସାରସକଣା ବିଧାୟକ ଭାଦବ ହାଁସଦା, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ରାଇରଙ୍ଗପୁର ବିଧାୟକ ଜଲେନ୍‌ ନାୟକ, ବାଙ୍ଗିରିପୋଷି ବିଧାୟିକା ସଞ୍ଜଳି ମୁର୍ମୁ ଓ ଜିଲାପାଳ ହେମକାନ୍ତ ସୟ ପ୍ରମୁଖ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ଅନଲାଇନରେ ଅର୍ଡର କରୁଛନ୍ତି? ଆଜି ଆସିବନି ପାର୍ସଲ, ଡେଲିଭେରୀ ଏଜେଣ୍ଟଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୩୧।୧୨: ଯଦି ଆପଣ ଆଜି ପାର୍ଟି କରିବାକୁ ମନସ୍ଥ କରିଛନ୍ତି ଏବଂ ଅନଲାଇନରେ ଖାଦ୍ୟ ଏବଂ ପାନୀୟ ଅର୍ଡର କରିବାକୁ ଯୋଜନା କରୁଛନ୍ତି, ତେବେ ଏହା...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri