ପୁଣି କରୋନା ନେଲା ୧୯ ଜୀବନ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୯ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୫୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୯ ମୃତକଙ୍କ ମଧ୍ୟରୁ ଅନୁଗୋଳରୁ ସର୍ବାଧିକ ୩ ଜଣ ଲେଖାଏ ମୃତ୍ୟୁବରଣ କରିଛନ୍ତି। ପୁରୀ ଓ ସୁନ୍ଦରଗଡ ଜିଲାରୁ ୨ ଜଣ ଲେଖାଏ ପ୍ରାଣ ହରାଇଛନ୍ତି। ବୌଦ୍ଧ, ବଲାଙ୍ଗୀର, ମାଲକାନଗିରି, ସମ୍ବଲପୁର, ରାୟଗଡା, ନୂଆପଡା, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ବାଲେଶ୍ୱର, ବରଗଡ ଓ ଖୋର୍ଦ୍ଧା ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Share