Categories: ଜାତୀୟ

ଦେଶରେ ୧,୯୬୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୯୬୮ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ୧୫ ଜଣଙ୍କ ମୃତ୍ୟୁ ଘଟିତତ୍ବା ଜଣାପଡିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୧,୨୦,୪୫୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୦,୩୬,୧୫୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୩୪,୫୯୮ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୮,୭୧୬କୁ ବୃଦ୍ଧି ପାଇଛି।

Share