୧ରୁ ଯୁକ୍ତ୨ ପ୍ରାକ୍ଟିକାଲ: ହବ୍‌ ସେଣ୍ଟରକୁ ଗଲା ପ୍ରଶ୍ନପତ୍ର

ଭୁବନେଶ୍ୱର, ୩୧ା୧(ବ୍ୟୁରୋ): ସିଏଚ୍‌ଏସ୍‌ଇ ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆସନ୍ତା ୧ ତାରିଖରୁ ଆରମ୍ଭ ହେବ। ସୋମବାର ରାଜ୍ୟର ସମସ୍ତ ହବ୍‌ ସେଣ୍ଟରକୁ ଉଭୟ ପ୍ରାକ୍ଟିକାଲ ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପଠାଯାଇଛି। ୧୦ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ପରୀକ୍ଷା ଶେଷ କରିବାକୁ କୁହାଯାଇଛି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ସୁବିଧା ଅନୁସାରେ ପରୀକ୍ଷା କରିବେ। ପ୍ରାକ୍ଟିକାଲ ପରୀକ୍ଷା ପରେ ୧୭ ତାରିଖ ସୁଦ୍ଧା ପ୍ରାକ୍ଟିକାଲ ଉତ୍ତର ଖାତା ଏବଂ ମାର୍କ ସିଏଚ୍‌ଏସ୍‌ଇରେ କଲେଜ କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ସଂସ୍କୃତ କଲେଜକୁ ବାଦ୍‌ ଦେଲେ ସରକାରୀ, ଅନୁଦାନପ୍ରାପ୍ତ ଏବଂ ଘରୋଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସଂଖ୍ୟା ୧,୫୯୦ ରହିଛି। ସେଥିରୁ ଏଥର ୧,୧୪୪ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟକୁ ପରୀକ୍ଷା କେନ୍ଦ୍ର ଭାବେ ମନୋନୀତ କରାଯାଇଛି। ପରୀକ୍ଷାରେ ସ୍ବଚ୍ଛତା ଆଣିବା ଲାଗି ପ୍ରଶ୍ନପତ୍ର ସୁରକ୍ଷାକୁ ଗୁରୁତ୍ୱ ଦେଇ ୨୦୨ଟି ହବ୍‌ କେନ୍ଦ୍ର ପ୍ରସ୍ତୁତ କରାଯାଇଛି। ମୋଟ ଉପରେ ୧,୧୪୪ଟି ପରୀକ୍ଷା କେନ୍ଦ୍ରରେ ଥିଓରୀ ଏବଂ ୧,୫୯୦ କଲେଜରେ ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ଚଳିତବର୍ଷ ୩ଥର ଫର୍ମ ପୂରଣ ପ୍ରକ୍ରିୟା ଶେଷ ହେବାପରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ମୋଟ୍‌ ମୋଟ ୩ଲକ୍ଷ ୫୮ହଜାର ୪୯୯ଜଣ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରେ ୩,୩୮,୭୪୭ଜଣ ରେଗୁଲାର ଏବଂ ୧୭,୭୦୨ଜଣ ଏକ୍ସ ରେଗୁଲାର ଛାତ୍ରୀଛାତ୍ର ରହିଛନ୍ତି। ରେଗୁଲାର ଛାତ୍ରୀଛାତ୍ରଙ୍କ ମଧ୍ୟରୁ କଳାରେ ୨,୧୯,୧୧୦ ଜଣ ଥିବା ବେଳେ ବିଜ୍ଞାନରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫,୧୧୦ଜଣ ଛାତ୍ରୀଛାତ୍ର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଇଇଡି ବିସ୍ଫୋରଣରେ ୨ ଯବାନ ନିହତ

ମାଲକାନଗିରି,୧୯।୧୦(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ୱାରା ଆଇଇଡି ବୋମା ବିସ୍ଫୋରଣରେ ୨ ଯବାନ ନିହତ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି।...

ଅଭାବରୁ ଅନ୍ୟ ହାତରେ ଟେକିଦେଲେ ଶିଶୁପୁତ୍ର, ଆଉ ତା’ ପରେ…

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଭାବ ଅନଟନରୁ ନିଜର ୧୭ ଦିନର ଏକ ଶିଶୁପୁତ୍ରକୁ...

ଧନୁଯାତ୍ରା ମହୋତ୍ସବକୁ ମିଳିନି ସରକାରୀ ଅନୁଦାନ, ବୈଠକରେ ଗତବର୍ଷ ଆୟ ବ୍ୟୟର ସୂଚନା

ବରଗଡ଼,୧୯ା୧୦(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଆରମ୍ଭ ହେବ। ଏହି ମହୋତ୍ସବକୁ ଆଉ ପ୍ରାୟ ଅଢ଼େଇ...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଶାଳିନୀ: ଜିଲାପାଳ ହୋଇ ଲୋକଙ୍କ ସେବା କରିବା ରହିଛି ଲକ୍ଷ୍ୟ

ପୁରୁଷୋତ୍ତମପୁର,୧୯।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ବଜାର ସାହି ଏକ କୃଷକ ପରିବାରରେ ଜନ୍ମ ଗ୍ରହଣ କରିଥିବା ଆଇ ଶାଳିନୀ(୨୩ ) ପ୍ରଥମ ପ୍ରୟାସରେ ଓଏଏସ୍‌...

ଓଏଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ସରକାରଙ୍କ ଜଣେ ପ୍ରତିନିଧି ଭାବେ…

ଭୁବନେଶ୍ୱର,୧୯ା୧୦: ଶନିବାର ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ କୃତିତ୍ୱ ହାସଲ କରିଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା...

ଓଏଏସ୍‌ ପରୀକ୍ଷାରେ ଜୁନାଗଡ଼ ପୁଅଙ୍କ ସଫଳତା

ଭବାନୀପାଟଣା,୧୯।୧୦(ଉତ୍ତମ କୁମାର ଦାଶ): ଶନିବାର ପ୍ରକାଶ ପାଇଛି ୨୦୨୨ ଓଏଏସ୍‌ ରେଜଲ୍ଟ। ଓଏଏସ୍‌ ପରୀକ୍ଷାରେ ସଫଳ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ଼ର ପୁଅ ଲଲାଟେନ୍ଦୁ ଦଣ୍ଡସେନା।...

ପ୍ରଶାସନିକ ସେବାରେ ରାୟଗଡ଼ାରୁ ବାଜି ମାରିଲେ ୫, ଛୁଟୁଛି ଶୁଭେଚ୍ଛାର ସୁଅ

ରାୟଗଡ଼ା,୧୯ା୧୦(ଆଶିଷ ରଞ୍ଜନ ପଣ୍ଡା): ପ୍ରଶାସନିକ ସେବାରେ ରାୟଗଡ଼ା ଜିଲାରୁ ୫ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ସେମାନେ ହେଲେ ଦୀପାରାଣୀ ବେହେରା, ପଙ୍କଜ କୁମାର ମାଝୀ,...

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯ା୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥପଡ଼ାର ସିଦ୍ଧାର୍ଥ ପଣ୍ଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri