୨ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବୌଦ୍ଧ,୧ା୭(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଦୌରାଜଜ୍‌ ତଥା ସ୍ପେଶାଲ ଜଜ୍‌ ବିକ୍ରମ କୁମାର ପ୍ରଧାନ ଶୁକ୍ରବାର ଏକ ଗଞ୍ଜେଇ ଚୋରା ଚାଲାଣ ମାମଲାର ବିଚାରକରି ୨ଜଣ ଅଭିଯୁକ୍ତଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି। ଏହାଛଡ଼ା ଜଣେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ମାମଲାରୁ ପ୍ରକାଶ, ବୌଦ୍ଧ ଜିଲାର ପେନାବାଲି ଜଙ୍ଗଲ ମଧ୍ୟରେ ଏକ ଖୋଲା ପଡ଼ିଆରେ ବିପୁଳ ପରିମାଣର ଗଞ୍ଜେଇ ବସ୍ତାରେ ଭର୍ତ୍ତି କରାଯାଇ ବାହାରକୁ ଚାଲାଣ କରିବାକୁ ଉଦ୍ୟମ କରାଯାଉଥିବା ପୋଲିସକୁ ସୂଚନା ମିଳିଥିଲା। ଫଳରେ ଗତ ୧୪ା୩ା୨୦୧୯ରେ ବୌଦ୍ଧ ଥାନାର ଏସ୍‌ଆଇ ସସ୍ମିତା ମଗର ଓ ଅନ୍ୟ ପୋଲିସ କର୍ମଚାରୀ ଉକ୍ତ ଜଙ୍ଗଲରେ ଚଢ଼ାଉ କରିଥିଲେ। ପୋଲିସକୁ ଦେଖି ଅଭିଯୁକ୍ତମାନେ ଫେରାରହେବା ପାଇଁ ଉଦ୍ୟମ କରିବା ବେଳେ ପୋଲିସ ୨ଅଭିଯୁକ୍ତ ପେନାବାଲି ଗ୍ରାମର ଯୋଗୀନ୍ଦ୍ର କହଁର (୬୫) ଓ ସିନ୍ଧୁ କହଁର (୪୮)ଙ୍କୁ ଧରିବାରେ ସଫଳ ହୋଇଥିଲା। ତେବେ ଅନ୍ୟ ଅଭିଯୁକ୍ତ ପେନାବାଲି ଗ୍ରାମର ଶିବ କହଁର, ରେଙ୍ଗୁଟୁ କହଁର, ଭଞ୍ଜ କହଁର ଓ ମଳିକପଡ଼ା ଗ୍ରାମର ଅଜିତ ମଲିକ ଫେରାର ହୋଇଯାଇଥିଲେ। ପୋଲିସ ଘଟଣାସ୍ଥଳରୁ ୯ ଗୋଟି ଜରିବସ୍ତାରୁ ୨ କୁଇଣ୍ଟାଲ ୬୯ କେଜି ଗଞ୍ଜେଇ ଜବତ କରିବା ସହ ଏକ ମାମଲା ବୌଦ୍ଧ ଥାନା କେସ୍‌ ନଂ. ୫୯/୧୯ରେ ରୁଜୁକରି ୨ ଅଭିଯୁକ୍ତ ଯୋଗୀନ୍ଦ୍ର ଓ ସିନ୍ଧୁଙ୍କୁ ଗିରଫକରି କୋର୍ଟ ଚାଲାଣ କରିଥିଲା ା ଏହି ମାମଲାରେ ପୋଲିସ ଅଭିଯୁକ୍ତ ଅଜିତ ମଲିକଙ୍କୁ ପରେ ଗିରଫ କରିବାରେ ସଫଳ ହୋଇଥିବା ବେଳେ ଅନ୍ୟ ୩ ଅଭିଯୁକ୍ତ ଏବେ ବି ଫେରାର ଅଛନ୍ତି ା ପରବର୍ତ୍ତୀ ସମୟରେ ମାମଲାଟି ବୌଦ୍ଧ ଜିଲା ଦୌରାଜଜ୍‌ଙ୍କ ଅଦାଲତରେ (ସ୍ପେଶାଲ କେସ୍‌ ନଂ. ୩୦/୧୯ ) ୩ ଅଭିଯୁକ୍ତ ଯୋଗୀନ୍ଦ୍ର, ସିନ୍ଧୁ ଓ ଅଜିତଙ୍କ ପାଇଁ ବିଚାର ହୋଇଥିଲା ା ସରକାରଙ୍କ ପକ୍ଷରୁ ୧୩ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ପ୍ରମାଣ ଥିବା ନେଇ ଅଦାଲତ ଅଭିଯୁକ୍ତ ଯୋଗୀନ୍ଦ୍ର ଓ ସିନ୍ଧୁଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡ ଦେବା ସହ ୧ ଲକ୍ଷ ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି। ପ୍ରମାଣ ଅଭାବରୁ ଅଭିଯୁକ୍ତ ଅଜିତ ମଲିକଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ସରକାରଙ୍କ ପକ୍ଷରୁ ମାମଲାକୁ ସରକାରୀ ଓକିଲ ସବିତା କୁମାରୀ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପତ୍ୟକାକୁ ଫେରିଲା ଆତଙ୍କବାଦ: ଆଜି କଶ୍ମୀର ବନ୍ଦ

ଶ୍ରୀନଗର/ପହଲଗାମ୍‌,୨୩।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ମଙ୍ଗଳବାର ଅପରାହ୍ନରେ ଆତଙ୍କବାଦୀଙ୍କ ଆକ୍ରମଣରେ ଜଣେ ଓଡ଼ିଆଙ୍କ ସମେତ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିବା ସହ ଅନେକ ଆହତ ହୋଇଛନ୍ତି। ମୃତକଙ୍କ...

ପାନୀୟ ଜଳ ଯୋଗାଣ ବ୍ୟବସ୍ଥା ସୁନିଶ୍ଚିତ କର:ଜିଲା ବିକାଶ ସମନ୍ବୟ-ତଦାରଖ କମିଟି ବୈଠକରେ ନିର୍ଦ୍ଦେଶ

ବରଗଡ,୨୩।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଶନିବାର ଜିଲା ବିକାଶ ସମନ୍ବୟ ଏବଂ ମନିଟରିଂ କମିଟି ଦିଶାର ଦ୍ୱିତୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ...

ତଳାମପଦର ଅଞ୍ଚଳରେ କାଳବୈଶାଖୀ ପ୍ରଭାବ: ଉଡ଼ିଗଲା ଆଜବେଷ୍ଟସ୍‌

ଥୁଆମୂଳ ରାମପୁର,୨୩ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ତଳାମପଦର ପଞ୍ଚାୟତର ତଳାମପଦର ଓ ଚୁଲବାଡିରେ କାଳବୈଶାଖିର ପ୍ରଭାବ ଦେଖିବାକୁ ମିଳିଛି। ସୂଚନା ଅନୁସାରେ ...

ଯୁବକଙ୍କୁ ହତ୍ୟା ଘଟଣା: ଆଉ ଜଣେ ଗିରଫ

ଥୁଆମୂଳ ରାମପୁର,୨୩ା୪ (ଦୁର୍ଗା କୀର୍ତ୍ତି)- ଗତ ଜାନୁଆରୀ ୧୬ରେ ଥୁଆମୂଳ ରାମପୁର ଥାନା ପେଙ୍ଗଢୁସି ଗ୍ରାମଠାରେ ଜଣେ ଯୁବକଙ୍କ ହତ୍ୟା ଘଟଣାରେ ଆଉ ଜଣେ ଅଭିଯୁକ୍ତଙ୍କୁ...

୨୦୦୦ରୁ କଶ୍ମୀରରେ ଘଟିଥିବା ବଡ଼ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର,୨୨।୪: ୨୦୦୦ରୁ ଜମ୍ମୁ-କଶ୍ମୀରରେ ବିଭିନ୍ନ ସମୟରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣରେ ବହୁ ନିରୀହ ଜନସାଧାରଣଙ୍କ ଜୀବନ ଯାଇଛି। ଏଠାରେ କେତୋଟି ବଡ଼ ଆକ୍ରମଣର ତଥ୍ୟ...

ପହଲଗାମ ଆକ୍ରମଣ ଉପରେ ହ୍ୱାଇଟ୍ ହାଉସର ନଜର, ଟ୍ରମ୍ପ କହିଦେଲେ ବଡ କଥା

ନୂଆଦିଲ୍ଲୀ,୨୨।୪: ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ ଉପରେ ଆମେରିକା ନଜର ରଖିଛି। ହ୍ୱାଇଟ ହାଉସ ପ୍ରେସ ସେକ୍ରେଟାରୀ କାରୋଲାଇନ ଲିଭିଟ କହିଛନ୍ତି, “ରାଷ୍ଟ୍ରପତିଙ୍କୁ ଜାତୀୟ...

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...

ପହଲଗାମ ଆକ୍ରମଣ ଉପରେ ଭାରତ ସପକ୍ଷରେ ଟ୍ରମ୍ପଙ୍କ ବଡ ବୟାନ

ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image