Posted inଜାତୀୟ

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ଅଧିକାରୀ ୨ ସୈନିକ ସହିଦ

ନୂଆଦିଲ୍ଲୀ,୨୨ା୧୧: ଜମ୍ମୁ-କଶ୍ମୀର ରଜୌରୀ ଜିଲାର କାଲାକୋଟ ଜଙ୍ଗଲରେ ଆତଙ୍କବାଦୀ ମାନଙ୍କ ସହିତ ଗୁଳିମାଡ଼ରେ ଦୁଇ ଅଧିକାରୀ ଏବଂ ଦୁଇ ସୈନିକ ସହିଦ ହୋଇଛନ୍ତି। ସମ୍ପୃକ୍ତ ଅଞ୍ଚଳରେ ଆତଙ୍କବାଦୀମାନେ ଲୁଚି ରହିଥିବା ଗୁଇନ୍ଦା ସୂତ୍ରରୁ ଖବର ପାଇଁ ଭାରତୀୟ ସେନା ଏବଂ ପୋଲିସ ଅଧିକାରୀମାନେ ମିଳିତ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ଅଚାନକ ଗୁଳିମାଡ କରିଥିଲେ। ଫଳରେ ୪ ବୀର ସୈନିକ ସହିଦ ହୋଇସାଯାଇଛନ୍ତି।

ଗତ କିଛି ବର୍ଷ ହେବ ଜମ୍ମୁ-କଶ୍ମୀରରେ ଥିବା ପିର ପଞ୍ଜଲ ଜଙ୍ଗଲ ଆତଙ୍କବାଦୀଙ୍କ ସହିତ ଗୁଳିମାଡ଼ ସମୟରେ ସେନା ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଆତଙ୍କବାଦୀମାନେ ଏଠାରେ ପାହାଡ଼ିଆ ଘଞ୍ଚ ଜଙ୍ଗଲର ସୁଯୋଗ ନେଇ ନିଜକୁ ଲୁଚାଇ ସେମାନଙ୍କର ସ୍ଥିତିକୁ ମଜବୁତ କରିବା ସହିତ ସୈନିକ ମାନଙ୍କୁ ଟାର୍ଗେଟ କରୁଛନ୍ତି।

ଗତ ସପ୍ତାହରେ ରଜୌରୀ ଜିଲାରେ ସୁରକ୍ଷା ବାହିନୀ ସହ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିଲେ। ବୁଦ୍ଧ ତହସିଲର ଗୁଲର୍-ବେହେରୋଟ୍ ଅଞ୍ଚଳରେ ସେନା, ପୋଲିସ୍ ଏବଂ ସିଆର୍ପିଏଫର ମିଳିତ ଟିମ୍ ଦ୍ୱାରା କର୍ଡନ୍ ଆଣ୍ଡ ସର୍ଚ୍ଚ ଅପରେସନ୍ ସମୟରେ ଏହି ଏନକାଉଣ୍ଟର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

ବିଦେଶରେ ବସିଥିବା ଲୋକ ଚଲାଉଛନ୍ତି କଂଗ୍ରେସ ଅଧ୍ୟକ୍ଷଙ୍କ ଫେସବୁକ ଆକାଉଣ୍ଟ, ଖାର୍ଗେଙ୍କ ଉପରେ ବଡ ଅଭିଯୋଗ

ନୂଆଦିଲ୍ଲୀ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନାମରେ ଏକ ଭେରିଫାଏଡ ଫେସବୁକ ପେଜ୍‌କୁ ଦର୍ଶାଇ ଭାଜପା ଅଭିଯୋଗ କରିଛି ଯେ କଂଗ୍ରେସ ଅଧ୍ୟକ୍ଷଙ୍କ ଇଣ୍ଟରନେଟ ମିଡିଆ...

 ସରକାରଙ୍କ ଚିନ୍ତା ବଢ଼ାଉଛି ବିଷାକ୍ତ ମଦ ମୃତ୍ୟୁ

ପାଟନା,୧୭ା୧୦: ୨୦୧୬ରୁ ମଦକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଥିବା ବିହାରରେ ମଦମୃତ୍ୟୁ। ରାଜ୍ୟର ସିଓ୍ବାନ ଏବଂ ସରନ୍‌ ଜିଲାରେ ବିଷାକ୍ତ ମଦ ପିଇ ଅନୂ୍ୟନ ୨୫ ଜଣ...

ଦିଲ୍ଲୀରୁ କେଜରିଓ୍ବାଲଙ୍କ ବିଦାୟ ହେବା ନିଶ୍ଚିତ: ବିରେନ୍ଦ୍ର ସଚଦେବା

ନୂଆଦିଲ୍ଲୀ,୧୭।୧୦: ଦିଲ୍ଲୀ ଭାଜପା ରାଜ୍ୟ ସଭାପତି ବିରେନ୍ଦ୍ର ସଚଦେବ ଗୁରୁବାର ଆଇଏନଏସ ସହ କଥାବାର୍ତ୍ତା ବେଳେ କେଜରିୱାଲଙ୍କ ଚିଠି ଏବଂ କଂଗ୍ରେସର ‘ନ୍ୟାୟ-ରଥ’କୁ ନେଇ ପ୍ରତିକ୍ରିୟା...

ତମନ୍ନା ଭାଟିଆଙ୍କୁ ଜେରା କଲା ଇଡି, କାହିଁକି ଜାଣନ୍ତୁ…

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି)ପଚରାଉଚରା କରୁଛି। ମହାଦେବ ବେଟିଂ ଆପ୍‌ ସହାୟକ ଆପ ଫେୟାର ପ୍ଲେରେ ଆଇପିଏଲ ମ୍ୟାଚକୁ ପ୍ରମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri