ଆଜିଠୁ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ: ଭିନ୍ନକ୍ଷମଙ୍କୁ ମିଳିବ ଅଧିକ ଘଣ୍ଟାଏ ସମୟ

ଭୁବନେଶ୍ୱର,୧୭।୨: ଆଜିଠୁ ଆରମ୍ଭ ଯୁକ୍ତ ୨ କଳା ଓ ବାଣିଜ୍ୟ ପରୀକ୍ଷା । ଚଳିତ ବର୍ଷ କଳାରେ ମୋଟ ୨ ଲକ୍ଷ ୩୭ ହଜାର ୭୫୦ , ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ ହଜାର ୭୯୨ ଜଣ ପରୀକ୍ଷା ଦେଉଛନ୍ତି। ଆସନ୍ତା ମାର୍ଚ୍ଚ ୨୦ ଯାଏ ପରୀକ୍ଷା ଚାଲିବ। ଗତକାଲିଠୁ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଆରମ୍ଭ ହୋଇଯାଇଥିବା ବେଳେ ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି। ପରୀକ୍ଷା କେନ୍ଦ୍ରରେ ସିସିଟିଭିକୁ ଗୁରୁତ୍ୱ ଦିଆଯାଇଛି ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ ଷ୍ଟ୍ରିମିଙ୍ଗ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ।

Share