ନିଆଁ ଲାଗି ଜଳିଗଲା ୨ ବଖରା ଘର: ଲିଭାଇବା ବେଳେ ୨ ଆହତ

ବାସୁଦେବପୁର,୧୯।୫(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକା ସୁରେଶ୍ୱରପୁର ଗ୍ରାମର ୮ ନଂ. ୱାର୍ଡରେ ରବିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ଶାନ୍ତିଲତା ବେହେରାଙ୍କ ୨ ବଖରା ଘର ଜଳିଯାଇଛି।

ଅଗ୍ନିକାଣ୍ଡରେ ଶାନ୍ତିଲତାଙ୍କ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛନ୍ତି। ଲକ୍ଷାଧିକ ଟଙ୍କାର ଘରୋଇ ଉପକରଣ ଓ ଆସବାବପତ୍ର ପୋଡ଼ିଯାଇଛି। ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡ଼ି ନାହିଁ। ଶାନ୍ତିଲତାଙ୍କ ଗୋଡ଼ରେ ନିଆଁ ପଡ଼ି ପୋଡ଼ି ଯାଇଛି। ସେହିପରି ନିଆଁ ଲିଭାଇବାକୁ ଉଦ୍ୟମ କରୁଥିବା ଅଲେଖ ମଲିକ ନାମକ ଜଣେ ଯୁବକ ମଧ୍ୟ ଆହତ ହୋଇଛନ୍ତି। ଆହତଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକତ୍ସା କରାଯାଇଛି।