କଟକରେ ମାଞ୍ଜାସୂତା ଲାଗି ୨ ବାଇକ ଆରୋହୀ ଆହତ

କଟକ,୧୫।୧: ସରକାରଙ୍କ କଟକଣା ପରେ ମଧ୍ୟ ମାଞ୍ଜାସୂତା ବ୍ୟବହାରରେ ରୋକ ଲାଗି ପାରିନାହିଁ। ଫଳରେ ସୋମବାର ସକାଳୁ ସକାଳୁ କଟକରେ ଚାଇନା ଗୁଡ଼ି ସୂତା ଲାଗି ୨ ବାଇକ ଆରୋହୀ ଆହତ ହୋଇଛନ୍ତି। ୨ ଯୁବକଙ୍କ ଘର ନିଆଳିରେ ହୋଇଥିଲା ବେଳେ ବାଇକ ଯୋଗେ କଟକ ଆସିବା ସମୟରେ ଅଘଟଣ ଘଟିଛି। ଏଥିରେ ଜଣେ ଯୁବକଙ୍କ ବେକରେ ଲାଗିଲା ସୁତା ଲାଗିଥିବା ବେଳେ ଅନ୍ୟ ଜଣଙ୍କ ପାପୁଲି ରକ୍ତାକ୍ତ ହୋଇଥିବା ସୂଚନା ମିଳିଛି।

ଓଡ଼ିଆ ସଂସ୍କୃତିର ମହାନ୍‌ ପର୍ବ ମକର ସଂକ୍ରାନ୍ତିରେ ଗୁଡ଼ି ଉଡ଼ାଇବାର ପରମ୍ପରା ରହିଆସିଛି। ଏହି ଉପଲକ୍ଷେ ବଜାରରେ ବିକ୍ରି ହେଉଥିବା ରଙ୍ଗବେରଙ୍ଗର ଗୁଡ଼ି ଯୁବବର୍ଗଙ୍କୁ ଆକୃଷ୍ଟ କରୁଛି। କାହା ଗୁଡ଼ି କେତେ ଉଚ୍ଚକୁ ଯିବ ତାହାକୁ ନେଇ ପ୍ରତିଦ୍ୱନ୍ଦ୍ୱିତା। ଗୁଡ଼ି ଉଡ଼ାଇବାବେଳେ ଅନ୍ୟ ଜଣଙ୍କର ଗୁଡ଼ିକୁ ଯଦି କାଟି ଦିଆଯାଇପାରେ ତା’ହେଲେ ସିଏ ନେବ ଜିତାପଟ। ଏହି ପ୍ରତିଦ୍ୱନ୍ଦ୍ୱିତାରେ ମୁଖ୍ୟ କାର୍ପଟଦାର ହେଲା ଗୁଡ଼ି ଉଡ଼ାରେ ବ୍ୟବହୃତ ମାଞ୍ଜାସୂତା। ପ୍ରତିବର୍ଷ ମାଞ୍ଜାସୂତା ଲାଗି ଲୋକଙ୍କ ବେକ ଓ ଅନ୍ୟାନ୍ୟ ଅଙ୍ଗ କଟି ଯାଉଥିବାବେଳେ ପ୍ରାଣହାନିର ଆଶଙ୍କା ରହିଛି।

ଏହାକୁ ନେଇ କମିଶନରେଟ ପୋଲିସ ପୂର୍ବରୁ ଏହା ଉପରେ କଟକଣା ଜାରି କରିଛି। ପ୍ରତିବର୍ଷ ମାଞ୍ଜାସୂତାଜନିତ ଅଘଟଣ ଘଟୁଥିଲେ ମଧ୍ୟ ଲୋକେ ସଚେତନ ହେଉନାହାନ୍ତି। ଫଳରେ ନିରୀହ ଲୋକଙ୍କ ଜୀବନ ସଙ୍କଟରେ ପଡୁଛି। ଏଥର ବି ଅନୁରୂପ ଘଟଣା ଘଟିସାରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri