୨ଟି ବସ୍‌ ମୁହାଁମୁହିଁ: ଅଳ୍ପକେ ବଞ୍ଚିଲେ ଯାତ୍ରୀ

ଦାରିଙ୍ଗବାଡି,୧୮।୧(ଡି.ଏନ.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିର ୯ନଂ ବୁଲାଣିରେ ବୁଧବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ଟି ବସ୍‌ ମୁହାଁମୁହିଁ ପରିସ୍ଥିତି ହେବା ଫଳରେ ଉଭୟ ବସ୍‌ର ଯାତ୍ରୀ ମାନେ ବଡ ଅଘଟଣରୁ ରକ୍ଷା ପାଇଯାଇଛନ୍ତି। ଖବରପାଇ ସୋରଡ଼ା ପୋଲିସ ଘଟଣାର ଅନୁଧ୍ୟାନ କରୁଥିବା ଜଣାପଡିଛ।

ସୂଚନାଯୋଗ୍ୟ, ଦାରିଙ୍ଗବାଡିରୁ ଏକ ସରକାରୀ ବସ ଭଞ୍ଜନଗର ଯାଉଥିବା ବେଳେ ବିପରୀତ ଦିଗରୁ ଛତିଶଗଡ଼, ବିହାର ପର୍ଯ୍ୟଟକଙ୍କୁ ନେଇ ଦାରିଙ୍ଗବାଡି ଅଭିମୁଖେ ଯାତ୍ରା କରୁଥିଲା। ତେବେ ବାହାର ରାଜ୍ୟର ବସ୍‌ ଚାଳକ ଉକ୍ତ ଅଣ ଓସାରିଆ ଘାଟି ରାସ୍ତା ସମ୍ପର୍କରେ ଅଜଣା ରହିଥିବା ବେଳେ ୯ ନମ୍ବର ବୁଲାଣିରେ ସରକାରୀ ବସ୍‌ ସହ ମୁହାଁ ମୁହିଁ ହୋଇଥିଲା। ତେବେ ସରକାରୀ ବସ୍‌ର ଚାଳକଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ ଧରଣର ଦୁର୍ଘଟଣା ଟଳିଯାଇଛ। ଘାଟିରେ ଛତିଶଗଡ଼ ବସ୍‌ଟି ଅଟକି ରହିଥିବାରୁ ଏବେ ସେହି ରାସ୍ତାରେ ଗାଡିଚଳାଚଳ ବାଧାପ୍ରାପ୍ତ ହୋଇଛି। ଅନ୍ୟପଟେ, ସରକାରୀ ବସ୍‌ଟି ଗନ୍ତବ୍ୟସ୍ଥଳକୁ ଯାତ୍ରା କରିଥିବା ଜଣାପଡିଛି


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ, ହେବ ବଡ଼ ଘୋଷଣା

ସୁନ୍ଦରଗଡ଼,୨୪ା୧୧(ଜୟ ନାରାୟଣ ମେଣ୍ଡୁଳି): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଦିନିକିଆ ସୁନ୍ଦରଗଡ଼ ଗସ୍ତରେ ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରୁ ସ୍ବତନ୍ତ୍ର ବିମାନରେ ଆସି ଝାରସୁଗୁଡା...

ମହତାବଙ୍କ ଜୀବନୀ ଉପରେ ବାୟୋପିକ୍‌ କରାଯିବ

ଭୁବନେଶ୍ୱର,୨୪।୧୧(ଅନିଲ ଦାସ): ଓଡ଼ିଶାର ସାମାଜିକ, ରାଜନୈତିକ ଏବଂ ଅର୍ଥନୈତିକ ଇତିହାସରେ ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ଜୀବନୀ ଓ କୃତିତ୍ୱ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ। ସେ...

ଟୋଲଗେଟକୁ ଧକ୍କାଦେଇ ହୁହୁ ହୋଇ ଜଳିଲା କଣ୍ଟେନର: ଡ୍ରାଇଭର ଜୀବନ୍ତ ଦଗ୍ଧ, ହେଲ୍ପର ବି…

ବାଲେଶ୍ୱର,୨୪।୧୧: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଟୋଲଗେଟ ନିକଟରେ ଶନିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ...

ପରିବର୍ତ୍ତନର ସ୍ରୋତରେ ଡଙ୍ଗରିଆ

ନିଜର ନିଆରା ତଥା ଭିନ୍ନ ସଂସ୍କୃତି ଓ ପରମ୍ପରା ପାଇଁ ସାରା ବିଶ୍ୱରେ ପରିଚିତ ରାୟଗଡ଼ା ଜିଲା ଆଦିମ ଜନଜାତି ଡଙ୍ଗରିଆ କନ୍ଧ। ରାୟଗଡ଼ା ଜିଲାର...

ଆଞ୍ଚଳିକ ଦଳ ଉପରେ ପୁନଃ ଆସ୍ଥାପ୍ରକଟ କଲେ ଝାଡ଼ଖଣ୍ଡବାସୀ: ବିଜେଡି

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ନିର୍ବାଚନର ଫଳାଫଳ ଶନିବାର ପ୍ରକାଶ ପାଇଛି। ଝାଡ଼ଖଣ୍ଡରେ ହେମନ୍ତ ସୋରେନଙ୍କ ନେତୃତ୍ୱରେ ଜେଏମ୍‌ଏମ୍‌ର ବିଜୟ ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକରେ ଆଞ୍ଚଳିକ...

ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ, ଯାମିନୀ ଷଡ଼ଙ୍ଗୀଙ୍କୁ…

ଭୁବନେଶ୍ୱର, ୨୪ା୧୧ (ଅନିଲ ଦାସ): ରାଜ୍ୟ ସରକାର ଶନିବାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୨ଜଣ ଆଇଏଏସ୍‌ ଅଫିସରଙ୍କୁ ବିଭିନ୍ନ ପଦବୀରେ ଅବସ୍ଥାପିତ କରାଯାଇଥିବା...

ଆଜି ଆସିବ ସୁଭଦ୍ରା ଟଙ୍କା, ଆସିଲା ବଡ଼ ଖବର!

ଭୁବନେଶ୍ୱର,୨୪ା୧୧(ଅନିଲ ଦାସ): ସୁଭଦ୍ରା ଯୋଜନାରେ ବାଦ୍‌ ପଡ଼ିଥିବା ୨୫% ମହିଳାଙ୍କୁ ରବିବାର ଟଙ୍କା ମିଳିବ। ନଭେମ୍ବର ୨୪ରେ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା...

ରବିବାର କିଏ ପାଇବେ ‘ସୁଭଦ୍ରା ଟଙ୍କା? ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୩ା୧୧(ଅନିଲ ଦାସ)- ବାଦ୍‌ ପଡ଼ିଥିବା ୨୫ ପ୍ରତିଶତ ମହିଳାଙ୍କୁ ନଭେମ୍ବର ୨୪ ତାରିଖ ତଥା ରବିବାର ‘ସୁଭଦ୍ରା’ର ତୃତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି ଟଙ୍କା ମିଳିବ।...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri