ପାଳକୁଡ଼ିଆରେ ନିଆଁ ଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣା, ତଦନ୍ତ କଲା ପୋଲିସ

ଲାଞ୍ଜିଗଡ଼, ୧୨ା୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଲାଖବାହାଲି ପଞ୍ଚାୟତ ତାଳବୋରା ଗାଁରେ ମଙ୍ଗଳବାର ନିଆଁଲାଗି ୨ ଶିଶୁ ଜୀବନ୍ତ ଦଗ୍ଧ ଘଟଣାର ପୋଲିସ ତଦନ୍ତ ଆରମ୍ଭ କରିଛି। ସୂଚନାକ୍ରମେ ତାଳବୋରା ଗାଁର କତାନା ମାଝୀ ଓ ସୁଶାରୀ ମାଝୀଙ୍କ ୫ ବର୍ଷର ଝିଅ ଦୀପ୍ତି ମାଝୀ ଓ ୪ ବର୍ଷର ପୁଅ କାର୍ତ୍ତିକ ମାଝୀ ନିଜ ଆଈ ସମ୍ବାରୀ ମାଝୀଙ୍କ ସହିତ ଗାଁ ନିକଟରେ ଥିବା କାନ୍ଦୁଲ ଗୁଡ଼ିଆକୁ ଯାଇଥିଲେ। ସେଠାରେ ଥିବା ଏକ ପାଳକୁଡ଼ିଆରେ ଦୁଇ ଶିଶୁଙ୍କୁ ଛାଡ଼ି ଆଈ ସମ୍ବାରୀ କାଠ ସଂଗ୍ରହ କରୁଥିଲେ। ଏହି ସମୟରେ ପାଳକୁଡ଼ିଆ ସାମ୍ନାରେ ପୂର୍ବରୁ ଲାଗିଥିବା ନିଆଁ ଝୁଲ ପବନରେ ଉଡି କୁଡିଆରେ ନିଆଁ ଲାଗି ଯାଇଥିଲା। ଚିତ୍କାର ଶୁଣି ସମ୍ବାରୀ ଆସିଲା ବେଳକୁ ଦୁଇଶିଶୁ ଜୀବନ୍ତ ଦଗ୍ଧ ହୋଇ ସାରିଥିଲେ। ବୁଧବାର ଲାଞ୍ଜିଗଡ ଥାନା ଅଧିକାରୀ ଜିତେନ୍ଦ୍ର ବିଶ୍ୱାଳ ଓ ବିଜେପୁର ଥାନା ଅଧିକାରୀ ବିଶ୍ୱମ୍ବର କହଁର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ଉଭୟ ଅଧିକାରୀ ପଚାରିବାରୁ ମା’ବାପା ପବନରେ ଉଡି ନିଆଁ ଲାଗିଥିବାବେଳେ ଏହା ଏକ ଦୁର୍ଘଟଣା ବୋଲି ପ୍ରକାଶ କରିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri