୨କୋଟିର ବ୍ରାଉନ୍‌ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ

ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍‌ଙ୍କୁ ଗିରଫ କରାଯାଇଥିବା ବେଳେ ସାନଭାଇ ସବିର ଖାନ୍ ଚମ୍ପଟ ମାରିଥିବା ଜଣାପଡ଼ଛି। ଜବତ ବ୍ରାଉନ୍‌ସୁଗାରର ମୂଲ୍ୟ ୨କୋଟି ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଅଡ଼ରବଜାର ସ୍ଥିତ ଅମଜେତ ଖାନ୍‌ଙ୍କ ଘରେ ଏହି ବ୍ରାଉନ୍‌ସୁଗାର ଥିବା ଅବକାରୀ ବିଭାଗ ପାଖରେ ଖବର ଥିଲା। ବ୍ୟବସାୟୀ ଜଣକ ମଧ୍ୟପ୍ରଦେଶରୁ ଏହାକୁ ଆଣି ବାଲେଶ୍ୱର ସହର ସମେତ ବିଭିନ୍ନ ସ୍ଥାନକୁ ଚୋରା ଚାଲାଣ ହୋଇଥାନ୍ତା। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ଅବକାରୀ କମିଶନର ଓ ଅବକାରୀ ଏସ୍‌ପି ସୁଶାନ୍ତ ପାଢ଼ୀଙ୍କ ନିର୍ଦ୍ଦେଶକ୍ରମେ ଏକ ୧୫ଜଣିଆ ଟିମ୍ ଗଠନ କରାଯାଇ ବ୍ରାଉନସୁଗାର ବେପାରୀଙ୍କୁ ଧରିବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା।

ଯୋଜନା ମୁତାବକ ଅବକାରୀ ମୋବାଇଲ ଆଇଆଇସି ହରିହରି ସିଂହ, ମୋବାଇଲ ଓଆଇସି ଭକ୍ତଚରଣ ସ୍ୱାଇଁ, ସଦର ଆଇଆଇସି ଦୀପ୍ତିମୟୀ ସାହୁ ଓ ଓଆଇସି ପ୍ରଜ୍ଞା ପାରମିତା ନାୟକ ପ୍ରମୁଖ ସହଦେବଖୁଣ୍ଟା ଥାନା ପେଲିସ ସହାୟତାରେ ଶନିବାର ରାତି ତମାମ୍ ବେପାରୀଙ୍କ ଘର ଚାରିପଟେ ଜଗି ରହିଥିଲେ । ରବିବାର ସକାଳେ ଚଢ଼ାଉ କରି ତାଙ୍କ ବାସଭବନରୁ ୨କିଲୋ ଗ୍ରାମ୍ ବ୍ରାଉନ୍‌ସୁଗାର, ନଗଦ ୫ହଜାର ୭ଶହ ଟଙ୍କା ସହ ମୋବାଇଲ ଜବତ କରିଥିଲେ ।

ବଡ଼ଭାଇ ଅମଜେତ ଖାନ୍‌କୁ କରାଯାଇଥିବା ବେଳେ ସାନଭାଇ ସାବିର ଖାନ୍ କୌଶଳକ୍ରମେ ଖସି ପଳାଇ ଥିଲେ । ଏ ସମ୍ପର୍କରେ ଅବକାରୀ ଥାନାରେ ୨୧ସି ଏନ୍‌ଡ଼ିପିଏସ୍ ଆକ୍ଟ ମୂଳେ ଏକ ମାମଲା (ନଂ. ୨୮୮/୨୪-୨୫) ରୁଜୁ ହୋଇଛି । ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

ବୁଲୁଛି ଗୋଠଛଡା ଦନ୍ତା: ଭୟଭୀତ ଅବସ୍ଥାରେ ଲୋକେ

ଆନନ୍ଦପୁର ୩୧।୧୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଆନନ୍ଦପୁର,ଘସିପୁରା ଅଞ୍ଚଳରେ ବୁଧବାର ସକାଳୁ ସକାଳୁ ଏକ ଗୋଠଛଡା ଦନ୍ତାହାତୀ ବୁଲୁଥିବା ବେଳେ...

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri