ଆଜିଠୁ ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ଭାଜପାର ୨ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଶନିବାର ଠାରୁ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ହେବ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡ଼ାନ୍ତ ରଣନୀତି ପ୍ରସ୍ତୁତ କରାଯିବ। ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ରାଷ୍ଟ୍ରୀୟ ଅଧିବେଶନକୁ ଉଦ୍‌ଘାଟନ କରିବେ ବୋଲି ଦଳର ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା ସୂଚନା ଦେଇଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସଜ୍ଜନ କହିଛନ୍ତି, ଏହି ଅଧିବେଶନରେ ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀ ଓ କାର୍ଯ୍ୟକାରିଣୀ ସଦସ୍ୟ, ରାଷ୍ଟ୍ରୀୟ ପରିଷଦ ସଦସ୍ୟ, ଏମ୍‌ପି, ବିଧାୟକ, ପୂର୍ବତନ ଏମ୍‌ପି, ରାଜ୍ୟ ପଦାଧିକାରୀ, ରାଜ୍ୟ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସାଧାରଣ ସମ୍ପାଦକ, ରାଜ୍ୟ କୋର୍‌ କମିଟି, ନିର୍ବାଚନ କମିଟି, ଶୃଙ୍ଖଳା କମିଟି, ଅର୍ଥ କମିଟି ସଦସ୍ୟ, ଲୋକ ସଭା ପ୍ରଭାରୀ, ସଂଯୋଜକ, ବିସ୍ତାରକ, ରାଜ୍ୟ ମୁଖପାତ୍ର, ଗଣମାଧ୍ୟମ ଓ ସାମାଜିକ ଗଣମାଧ୍ୟମ ରାଜ୍ୟ ସଂଯୋଜକ, ଜିଲା ସଭାପତି ଓ ପ୍ରଭାରୀ, ସମସ୍ତ ପ୍ରକୋଷ୍ଠର ରାଜ୍ୟ ସଂଯୋଜକମାନେ ଯୋଗଦେବେ। ଆସନ୍ତା ୧୮ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମରେ ଯୋଗଦେଇ ଅଭିଭାଷଣ ପ୍ରଦାନ କରିବେ। ରାଷ୍ଟ୍ରୀୟ ଅଧିବେଶନରେ ଯୋଗଦେବା ପାଇଁ ଓଡ଼ିଶାରୁ ସମସ୍ତ ନେତୃବୃନ୍ଦ ଦିଲ୍ଲୀ ଯାଇଛନ୍ତି ବୋଲି ସେ ସୂଚନା ଦେଇଛନ୍ତି।

Share