Categories: ରାଜ୍ୟ

ଶୁକ୍ରବାର ଅବପାତ ରୂପ ନେବ ଲଘୁଚାପ: ୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର-ପୂର୍ବ ବଙ୍ଗୋପସାଗର ଏବଂ ବଙ୍ଗଳାଦେଶ ଉପକୂଳରେ ବର୍ତ୍ତମାନ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଏହା ଉତ୍ତରବଙ୍ଗୋପସାଗର ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ବଙ୍ଗଳାଦେଶ ଉପକୂଳରେ ଶୁକ୍ରବାର ସକାଳ ସୁଦ୍ଧା ଘନୀଭୂତ ହୋଇ ଏକ ଅବପାତ ପରିଣତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତିକରି ଗାଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟାକା, ଝାଡ଼ଖଣ୍ଡ, ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି।
ଏହି ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଜି ସାରୁ ବର୍ଷା ଆରମ୍ଭ ହୋଇଯିବ। ଏହାସହ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ୧୯ ଓ ୨୦ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡିି)ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

Share