Posted inଜାତୀୟ

ସେନା ହେଲିକପ୍ଟର କ୍ରାସ୍‌ ଘଟଣା: ୨ ଜଣଙ୍କ ମୃତଦେହ ଉଦ୍ଧାର

ଇଟାନଗର,୨୧।୧୦: ଅରୁଣାଚଳ ପ୍ରଦେଶର ଉପର ସିଆଙ୍ଗ ଜିଲାରେ ଶୁକ୍ରବାର ଏକ ଭାରତୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ଲିକାବାଲି ସହରରୁ ବାହାରିଥିବା ଏହି ହେଲିକପ୍ଟରଟି ତୁତିଙ୍ଗ ମୁଖ୍ୟାଳୟଠାରୁ ପ୍ରାୟ ୨୫ କିଲୋମିଟର ଦୂରରେ ଥିବା ସିଙ୍ଗିଙ୍ଗ ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ହେଲିକପ୍ଟରରେ ୨ଜଣ ପାଇଲଟଙ୍କ ସମେତ ପାଞ୍ଚ ଜଣ ବ୍ୟକ୍ତି ଥିବା ଜଣାପଡିଛି। ଦୁର୍ଘଟଣା ଘଟିଥିବା ସ୍ଥାନକୁ ଯିବା ପାଇଁ କୌଣସି ରାସ୍ତା ନ ଥିବାରୁ ଉଦ୍ଧାର କାର୍ଯ୍ୟ ପାଇଁ ହେଲିକପ୍ଟର ପଠାଯାଇଛିା। ସ୍ଥାନୀୟ ଗ୍ରାମବାସୀ ମଧ୍ୟ ସର୍ଚ୍ଚ ଅପରେସନରେ ଜଡିତ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମନମୋହନ ସିଂଙ୍କ ଅନ୍ତିମ ଦର୍ଶନ ପାଇଁ ପହଞ୍ଚିଲେ ମୋଦି-ଶାହା

ନୂଆଦିଲ୍ଲୀ,୨୭।୧୨: ନୂଆଦିଲ୍ଲୀସ୍ଥିତ ଏମ୍ସରେ ଗୁରୁବାର ରାତିରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ ହୋଇଛି। ବୟସାଧିକ କାରଣରୁ ଅସୁସ୍ଥ ଥିବା ୯୨ ବର୍ଷୀୟ ମନମୋହନ ସନ୍ଧ୍ୟାରେ...

ମନମୋହନ ସିଂଙ୍କର ଏହି ଗୋଟିଏ ଇଚ୍ଛା ରହିଗଲା ଅଧୁରା…

ନୂଆଦିଲ୍ଲୀ,୨୭।୧୨: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଡକ୍ଟର ମନମୋହନ ସିଂଙ୍କର ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ବର୍ଷ ହୋଇଥିଲା। କେନ୍ଦ୍ର...

ମନମୋହନଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଦେଉଛି ସାରାଦେଶ, ଆମେରିକାରୁ ଝିଅର ପ୍ରତ୍ୟାବର୍ତ୍ତନକୁ ଅପେକ୍ଷା

ନୂଆଦିଲ୍ଲୀ,୨୭ା୧୨: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଦେହାନ୍ତ ୯୨ ବର୍ଷ ବୟସରେ ହୋଇଛି। ଗୁରୁବାର ସେନାଧ୍ୟରେ ତାଙ୍କର ଛତା ଚାଲିଯିବା ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ...

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌...

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ...

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri