ପୋଖରୀରେ ଭାସୁଛି ୨ ମୃତଦେହ: ପରିଚୟ ଖୋଜୁଛି ପୋଲିସ…

କଣ୍ଟାବାଞ୍ଜି,୨୪।୬: ବଲାଙ୍ଗୀର ଜିଲା ୫୯ ନମ୍ବର ଜାତୀୟ ରାଜପଥ ଭୋଇପଡ଼ା ବୁଲାଣି ପାଖ ଏକ ପୋଖରୀରେ ଭାସୁଛି ୨ ମୃତଦେହ। ଦୁର୍ଘଟଣା ପରେ ଦୁଇ ଯୁବକ ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହେଲେ ମୃତକଙ୍କ ପରିଚୟ ମିଳିପାରି ନାହିଁ।

ଖବର ପାଇ ମୁରିବାହାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇ ପଠାଇଥିବା ସୂଚନା ମଳିଛି। ହେଲେ ଯୁବକଙ୍କ ମୃତ୍ୟୁକୁ ନେଇ ବିଭିନ୍ନ ଚର୍ଚ୍ଚା ହେଉଛି।

Share