ପୃଥକ୍‌ ଦୁର୍ଘଟଣାରେ ୨ ମୃତ, ଜଣେ ଗୁରୁତର

ପାଟଣା,୨୫ା୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା କେନ୍ଦୁଝର ତୁରୁମୁଙ୍ଗା ୪୯ ନମ୍ବର ମୁମ୍ବାଇ କୋଲକାତା ଜାତୀୟ ରାଜପଥର ହାତୀବାରି ମଣ୍ଟୁ ଢାବା ନିକଟରେ ମଙ୍ଗଳବାର ଭୋର୍‌ ସକାଳୁ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ। ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଗାଡ଼ି ଫେରାର ହୋଇଯାଇଛି।
ଅନୁରୂପ ଭାବେ କେନ୍ଦୁଝର ଜିଲା ପାଟଣା ବ୍ଲକ ମୀରିଖୋଜି ପଞ୍ଚାୟତ ଅସନବାହାଳୀ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଛକ ନିକଟରେ ସୋମବାର ରାତିରେ ଏକ ଟ୍ରାକ୍ଟର ପଥର ଉପରକୁ ଚଢ଼ାଇ ଦେବା ଫଳରେ ଟ୍ରାକ୍ଟର ଓଲଟି ଖାଲରେ ପଡ଼ିଯାଇଥିଲ। ଘଟଣାସ୍ଥଳରେ ଟ୍ରାକ୍ଟର ଇଞ୍ଜିନ ତଳେ ତଳେ ଚାପି ହୋଇ ଡ୍ରାଇଭରଙ୍କ ଶୋଚନୀୟ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ନାବାଳକ ଶଳା ଗୁରୁତର ହୋଇଛନ୍ତି। ମୃତ ଡ୍ରାଇଭର ଜଣକ ହେଉଛନ୍ତି ଅସନ ବାବାହାଳୀ ଭୂମିଜ ସାହିର ବିଶୁ ଭୂମିଜଙ୍କ ପୁଅ ରାଜେଶ ଓରଫ ମିଟୁ (୨୨)। ଗୁରୁତର ନାବାଳକ ଜଣକ ହେଉଛନ୍ତି ରାଜେଶ୍ୱର ନାବାଳକ ଶଳା। ତାଙ୍କ ଘର ଉଦୟପୁର ବୋଲି ଜଣାପଡ଼ିଛି। ପୋଲିସ ଓ ଦମକଳ ବାହିନୀ ନାବାଳକଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସରେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି। ପାଟଣା ଥାନା ଏଏସ୍‌ଆଇ ଧନେଶ୍ୱର ପାତ୍ର ଜେସିବି ମେଶନରେ ଟ୍ରାକ୍ଟର ତଳୁ ମୃତଦେହ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାଉଣୀ ନଥିବାରୁ ପ୍ରତିବାଦ: ପେଟ୍ରୋଲ ପମ୍ପକୁ ବନ୍ଦ କଲା ନାଗରିକ ମଞ୍ଚ

ବରଗଡ଼, ୨୨।୪(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ତାତି ବଢି ଚାଲିଛି। ଏଥିରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି। କିନ୍ତୁ ଏଭଳି ସ୍ଥିତିରେ ବରଗଡ଼ ସହରର...

ଅଷ୍ଟ୍ରେଲିଆର ଏହି ପୂର୍ବତନ ଟେଷ୍ଟ କ୍ରିକେଟରଙ୍କୁ ୪ ବର୍ଷ କାରାଦଣ୍ଡ

ମେଲବୋର୍ନ,୨୨ା୪: ଅଷ୍ଟ୍ରେଲିଆର ପୂର୍ବତନ ଟେଷ୍ଟ କ୍ରିକେଟର ମାଇକେଲ ସ୍ଲାଟରଙ୍କୁ ୪ ବର୍ଷର ଜେଲ ଦଣ୍ଡରେ ଦଣ୍ଡିତ କରାଯାଇଛି। କିନ୍ତୁ ପୋଲିସ ହେପାଜତରେ ଏକ ବର୍ଷରୁ ଊର୍ଦ୍ଧ୍ୱ...

ବିଷ୍ଣୁମୁଣ୍ଡା ମନୋଜ ନାଏକଙ୍କ ହତ୍ୟା ମାମଲା: ଭୁବନେଶ୍ବରରୁ ଅଭିଯୁକ୍ତ ଗିରଫ

ବଲାଙ୍ଗୀର,୨୨।୪: ବଲାଙ୍ଗୀର ସହର ବିଷ୍ଣୁମୁଣ୍ଡା ମନୋଜ ନାଏକ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଭୁବନେଶ୍ବରରୁ ପୋଲିସ ଗିରଫ କରିଛି। ମଙ୍ଗଳବାର ବଲାଙ୍ଗୀର ଟାଉନ ଥାନା ଠାରେ...

ସ୍କୁଲ୍‌ ଛୁଟି ଘୋଷଣା କଲେ ଜିଲାପାଳ, ଝାରସୁଗୁଡ଼ାରେ ୪୬ ଟପିଲା ତାତି

ଭୁବନେଶ୍ୱର,୨୨।୪: ଓଡ଼ିଶାରେ ଅସହ୍ୟ ଗରମ ଓ ତାତି ଜନିତ ପରିସ୍ଥିତି ମଧ୍ୟରେ ଝାରସୁଗୁଡ଼ା ଜିଲାରେ ତାପମାତ୍ରା ୪୬ ଡିଗ୍ରୀ ସେଲସିୟସ ଛୁଇଁଛି। ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ...

ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା: ସ୍ବାମୀ ଫେରାର

ଲକ୍ଷ୍ମୀପୁର,୨୨।୪: କୋରାପୁଟ ଜିଲା ଦଶମନ୍ତପୁର ଥାନା ନେର୍କାଗୁଡ଼ା ଗାଁରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଗର୍ଭବତୀ ସ୍ତ୍ରୀଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ଡେଲାଙ୍ଗ ରତନପୁର ବର୍ବର ହତ୍ୟାକାଣ୍ଡ: ପୁରୀ ଏସ୍‌ପି କଲେ ବଡ଼ ଖୁଲାସା

ପୁରୀ,୨୨।୪: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ରତନପୁର ଗ୍ରାମରେ ଏକ ନାବାଳକଙ୍କୁ ବର୍ବରୋଚିତ ଭାବେ ହତ୍ୟା ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।...

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image