ପୁରୁଷୋତ୍ତମପୁର,୬ା୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ୨ ଡାକ୍ତର ଏବଂ ଜଣେ ଫାର୍ମାସିଷ୍ଟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାଦ୍ୱାରା ସ୍ବାସ୍ଥ୍ୟକେନ୍ଦ୍ରରେ ଆକ୍ରାନ୍ତ କର୍ମଚାରୀଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଏହି ୩ ଜଣଙ୍କ ସ୍ବାବ୍ ରିପୋର୍ଟରେ ପଜିଟିଭ୍ ଆସିବା ପରେ ତାଙ୍କୁ କୋଭିଡ୍ ହସ୍ପିଟାଲକୁ ଚିକିତ୍ସା ନିମନ୍ତେ ନିଆଯାଇଛି।
ସୂଚନାଯୋଗ୍ୟ, ଗତ ଗୁରବାର ମଧ୍ୟ ଅନ୍ୟ ଜଣେ ଡାକ୍ତର କରୋନାରେ ଆକ୍ରାନ୍ତ ହୋଇ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।