+୨ ପରୀକ୍ଷା ଖାତା ମୂଲ୍ୟାଙ୍କନ ଆରମ୍ଭ

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ): ରାଜ୍ୟରେ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାୟନ ବୁଧବାରଠାରୁ ଆରମ୍ଭ ହୋଇଛି। ରାଜ୍ୟ ସରକାର ଚଳିତ ବର୍ଷ ମାଟ୍ରିକ, ଯୁକ୍ତ ୨ ଏବଂ ଯୁକ୍ତ ୩ ପରୀକ୍ଷା ଫଳ ନିର୍ଦ୍ଧାରିତ ସମୟରେ ପ୍ରକାଶିତ କରିବା ପାଇଁ ପଦକ୍ଷେପ ନେଇଛନ୍ତି। ଏଥିପାଇଁ ବିଭାଗୀୟ ଉଚ୍ଚ ପଦାଧିକାରୀମାନେ ବାରମ୍ବାର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ବର୍ତ୍ତମାନ ମାଟ୍ରିକ ମୂଲ୍ୟାଙ୍କନ ଚାଲିଥିବା ବେଳେ ବୁଧବାର ଠାରୁ ରାଜ୍ୟରେ ଯୁକ୍ତ ୨ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଭୋକେଶନାଲ ଖାତା ମୂଲ୍ୟାୟନ ଆରମ୍ଭ ହୋଇଛି। ଅନଲାଇନ ଏବଂ ଅଫଲାଇନ ମାଧ୍ୟମରେ ମୂଲ୍ୟାଙ୍କନ ହେବ । ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ୭୫ଟି ଅଫଲାଇନ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିଥିବା ବେଳେ ୫୭ଟି ଅନଲାଇନ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିଛି।

ମୂଲ୍ୟାଙ୍କନ କେନ୍ଦ୍ର ଗୁଡ଼ିକରେ ଯେଭଳି କୌଣସି ଅସୁବିଧା ନ ହେବ ସେଥିପାଇଁ ସମସ୍ତ ପଦକ୍ଷେପ ଆଗୁଆ ନିଆଯାଇଛି। ଏଥିସହ ବିଦ୍ୟୁତ ସେବା ମୂଲ୍ୟାଙ୍କନ ସମୟରେ ଯେଭଳି ବ୍ୟାଘାତ ନ ହେବ ସେଥିପ୍ରତି ସତନ୍ତ୍ର ପଦକ୍ଷେପ ନିଆଯାଇଛି। ଏହିଭଳି ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ (କେଏସ୍‌ୟୁବି) ମହାବିଦ୍ୟାଳୟରେ ମଧ୍ୟ ଯୁକ୍ତ ୨ ଅଫଲାଇନ ଏବଂ ଅନଲାଇନ ମୂଲ୍ୟାଙ୍କନ କେନ୍ଦ୍ର ଖୋଲିଛି। ଏଥିପାଇଁ ମୂଲ୍ୟାଙ୍କନ କେନ୍ଦ୍ରରେ ସମସ୍ତ ପ୍ରସ୍ତୁତି ସରିଛି।

ବୁଧବାର ଅଧକ୍ଷ ରାଜେନ୍ଦ୍ର କୁମାର ଦାସଙ୍କ ଅଧ୍ୟକ୍ଷତାରେ ମୂଲ୍ୟାଙ୍କନ କିଭଳି ସ୍ବାଭାବିକ ଭାବେ ଚାଲିବ ସେନେଇ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ସହ ଆଲୋଚନା କରିଛନ୍ତି। ଡେପୁଟି ସୁପରିଟେଣ୍ଡେଣ୍ଟ ବିଭାସ ଦାସ, ଜୋନ ଅଫିସର୍‌ ରଜନୀ କାନ୍ତ ତ୍ରିପାଠୀ, ବୁଦ୍ଧି ନାଥ ବେହେରା, ସୁନିଲ ଦାସ ସୁନିଲ ଦାସ ଦାୟିତ୍ୱରେ ଅଛନ୍ତି। ଅନଲାଇନ ଦୁଇଟି ସିଫ୍ଟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତରେ ନିର୍ବାହୀ ଅଧିକାରୀ ଗୁରୁତର

ଦିଗପହଣ୍ଡି,୨୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ନିମଖଣ୍ଡି ପେଣ୍ଠ ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ ପିଇଓ କାଳିଆ ମଲ୍ଲିକ ମଙ୍ଗଳବାର ଅଂଶୁଘାତରେ ଗୁରୁତର...

ଓଡ଼ିଶାରେ କାଲିଠୁ ସମସ୍ତ ସ୍କୁଲ ଓ କଲେଜ ବନ୍ଦ: ରାଜ୍ୟ ସରକାରଙ୍କ ଘୋଷଣା

ଭୁବନେଶ୍ୱର, ୨୨।୪: ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି...

୮ ବର୍ଷ ପରେ ପୁଅକୁ ଖୋଜି ପାଇଲେ ମା’

ମୋହନା,୨୨ା୪ମନ୍ମଥ ମିଶ୍ର): ମା’ର ମମତା ଅନନ୍ୟ। ସେ ଯେଉଁଠି ଯେଉଁ ଅବସ୍ଥାରେ ଥିଲେ ମଧ୍ୟ ନିଜ ସନ୍ତାନକୁ ଝୁରି ହୋଇଥାଏ। ଗଜପତି ଜିଲା ପାରଳାଖେମୁଣ୍ଡି ମୋହନା...

କେମେଷ୍ଟ୍ରି ପେପର ଖରାପ ହୋଇଛି ୪ ହଜାର ଟଙ୍କା ଦେଲେ ପାସ ମାର୍କ ମିଳିବ: ଆସୁଛି ଫୋନ କଲ,

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟ ବିଜ୍ଞାନ ଛାତ୍ରୀଛାତ୍ରମାନଙ୍କ ଅଭିଭାବକମାନଙ୍କୁ ଗତ ଦୁଇଦିନ ହେଲା ଏକ ଫୋନ କଲ ଆସୁଛି। ତୁମ ପିଲାର କେମେଷ୍ଟ୍ରି ପେପର ଖରାପ...

ମାଙ୍କଡ଼ କାମୁଡ଼ାରେ ୪ ଆହତ

ଗଞ୍ଜାମ,୨୨ା୪(ବିଦ୍ୟାଧର ସାହୁ)-ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ପାଗଳ ମାଙ୍କଡ଼ ଆତଙ୍କ ଖେଳାଇଛି। ସେହି ମାଙ୍କଡ଼ କାମୁଡାରେ ସୋମବାର ଓ ମଙ୍ଗଳବାର ଦୁଇ ଦିନରେ ଗ୍ରାମର...

ଦିଗପହଣ୍ଡିରେ ଶ୍ରୀ ରାମଚରିତ ମାନସ କାର୍ଯ୍ୟକ୍ରମ: ଶ୍ରୀରାମଚରିତ ସମଗ୍ର ମାନବ ଜାତିର ମାର୍ଗଦର୍ଶକ

ଦିଗପହଣ୍ଡି,୨୨|୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ରାଜବାଟି ସିଂହଦ୍ଵାର ସମ୍ମୁଖରେ ଗତ ଶୁକ୍ରବାର ଠାରୁ ଆରମ୍ଭ ହୋଇଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ...

ବିଶ୍ବ ଧରିତ୍ରୀ ଦିବସ ପାଳିତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଶିଳ୍ପ ତାଲିମ କେନ୍ଦ୍ର ରେ ମଙ୍ଗଳବାର ବିଶ ଧରିତ୍ରୀ ଦିବସ ପାଳିତ ହୋଇଯାଇଛି। ଏଥିରେ ପରିବେଶବିତ୍ ଶୁଳପାଣି ଶତପଥି...

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ ଲାଗୁ ଦାବି

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବିଶ୍ବହିନ୍ଦୁ ପରିଷଦ ଓଡ଼ିଶା ପ୍ରଦେଶର ଆହ୍ବାନକ୍ରମେ ବିଶ୍ବହିନ୍ଦୁ ପରିଷଦ ଭଞ୍ଜନଗର ଶାଖା ପକ୍ଷରୁ ମଙ୍ଗଳବାର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଭଞ୍ଜନଗର ଉପଜିଲାପାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image