ମାର୍ଚ୍ଚ ପହିଲାରୁ ଯୁକ୍ତଦୁଇ ପରୀକ୍ଷା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତଦୁଇ ପରୀକ୍ଷା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ହେବ। ମାର୍ଚ୍ଚ ୧ରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨ରୁ କଳା, ବାଣିଜ୍ୟ ଏବଂ ୩ରୁ ଧନ୍ଦାମୂଳକ ପରୀକ୍ଷା ହେବ। ପରୀକ୍ଷାର ଅଧଘଣ୍ଟା ପୂର୍ବରୁ ଛାତ୍ରୀଛାତ୍ର ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ ନିର୍ଦ୍ଦେଶ ରହିଛି।

୯ଟା ୫୫ରେ ପ୍ରଶ୍ନପତ୍ର ମିଳିବ। ସକାଳ ୧୦ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହେବ। ଫେବୃୟାରୀ ୧ରୁ ୧୦ ପର୍ଯ୍ୟନ୍ତ ପ୍ରାକ୍ଟିକାଲ ପରୀକ୍ଷା ହେବ। ପରୀକ୍ଷା ସମୟରେ ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ, ଶିକ୍ଷକ କେନ୍ଦ୍ରରେ କରୋନା ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ରହିଛି। ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ରହିବ।

Share