ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨ା୭(ଅସମାପିକା ସାହୁ): ୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ବା ଏକାଦଶ ଶ୍ରେଣୀରେ ନାମଲେଖା ନିମନ୍ତେ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରୀଛାତ୍ର ୨୨ରୁ ୨୭ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରଥମ ପର୍ଯ୍ୟାୟରେ ନାମ ଲେଖାଇଥିବା ଛାତ୍ରୀଛାତ୍ର ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼ିବାକୁ ଇଚ୍ଛୁକ ଥିଲେ ୨୨ରୁ ୩୦ ତାରିଖ ମଧ୍ୟରେ ସ୍ଲାଇଡ୍‌ ଅପ୍‌ ଅପସନ୍‌ ଦେଇପାରିବେ। ଅଗଷ୍ଟ ୫ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୭ରୁ ୧୦ ତାରିଖ ମଧ୍ୟରେ ମନୋନୀତ ହୋଇଥିବା ଛାତ୍ରୀଛାତ୍ର ନାମ ଲେଖାଇବେ। ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନରେ ସ୍ପଟ୍‌ ନାମଲେଖାରେ ଅଂଶଗ୍ରହଣ କରିବା ପାଇଁ ଅଗଷ୍ଟ ୧୨ରୁ ୧୪ ତାରିଖ ଯାଏ ଚଏସ୍‌ ଲକିଂ କରିପାରିବେ। ଅଗଷ୍ଟ ୨୦ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୨ତାରିଖ ମଧ୍ୟାହ୍ନରୁ ୨୮ତାରିଖ ଅପରାହ୍ନ ୬ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ଅଗଷ୍ଟ ୧ତାରିଖରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା...

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ...

ଓଡ଼ିଆ ଲେଖି ଜାଣି ନ ଥିବାରୁ ସରପଞ୍ଚ ପଦ ଅସିଦ୍ଧ

ମୋହନା, ୪ା୭ (ମନ୍ମଥ ମିଶ୍ର)ଓଡ଼ିଆ ଲେଖି ଜାଣି ନ ଥିବା ଅଭିଯୋଗରେ ସରପଞ୍ଚଙ୍କୁ ଅସିଦ୍ଧ ଘୋଷଣା କରିଛନ୍ତି କୋର୍ଟ । ଗଜପତି ଜିଲା ମୋହନା ବ୍ଲକ୍‌...

ଥମୁନି ବିଜେଡି କର୍ପୋରେଟର ବିବାଦ

ଭୁବନେଶ୍ୱର, ୪।୭(ଅନିଲ ଦାସ/ବନ୍ଦନା ସେଠୀ)ଗତ ସାଧାରଣ ନିର୍ବାଚନ ପୂର୍ବରୁ ଭୁବନେଶ୍ୱର ମହାନଗର ନିଗମର ୨ ବିଜେଡି କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହାସୁପକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri