ଡିଭାଇଡରରେ ପିଟି ହୋଇ ପଡ଼ିବା ପରେ ମାଡ଼ିଗଲା ଟ୍ୟାଙ୍କର

ରାୟଗଡ଼ା,୧୩।୬(ଆଶିଷ ରଞ୍ଜନ ପଣ୍ଡା): ଏକ ଟ୍ୟାଙ୍କର ମାଡ଼ିଯିବାରୁ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ରାୟଗଡା ଜିଲା ଚାନ୍ଦିଲି ଥାନା ଅଧୀନ ଭାକୁରଗୁଡା ଗାଁ ନିକଟରେ ଗୁରୁବାର ରାତି ପ୍ରାୟ ୯ଟାରେ ଏହି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ ପୁରେନ୍ଦ୍ର ମହାନନ୍ଦିଆ (୨୯) ଏବଂ ମନୀଷା ବେଗରାଇ। ପୁରେନ୍ଦ୍ରଙ୍କ ଘର କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତ ଅନ୍ତର୍ଗତ ପାଣ୍ଡ୍ରାପଡା ଗ୍ରାମରେ ହୋଇଥିବା ବେଳେ ମନୀଷାଙ୍କ ଘର କୋରାପୁଟ ଜିଲା ବୋରିଗୁମ୍ମା ମାଣିକେଶ୍ୱରୀ ସାହିରେ।

ପୋଲିସ ସୂଚନା ଅନୁଯାୟୀ, ମନୀଷା ସିକରପାଇରେ ଥିବା ହର୍ଷା ଟ୍ରଷ୍ଟ ଏନଜିଓରେ କାମ କରୁଥିଲେ। ପୁରେନ୍ଦ୍ର ଏବଂ ମନୀଷା ସ୍କୁଟି ଯୋଗେ ଜେକେପୁରରୁ ରାୟଗଡ଼ା ଆସୁଥିଲେ। ଭାକୁରଗୁଡା ଗାଁ ନିକଟରେ ସ୍କୁଟି ଡିଭାଇଡର ସହ ପିଟି ହୋଇଯିବାରୁ ଉଭୟ ରାସ୍ତା ଉପରେ ଛିଟକି ପଡ଼ିଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ୟାଙ୍କର ନମ୍ବର (ଓଡି-୧୪-ଏବି-୨୭୨୨) ସେମାନଙ୍କ ଉପରେ ମାଡି ଯାଇଥିଲା। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ହେଲେ ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି। ଖବରପାଇ ଚାନ୍ଦିଲି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହିତ ଦୁର୍ଘଟଣାଗ୍ରସ୍ତ ଟ୍ୟାଙ୍କରକୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୨୩।୧୨: ସତ୍ୟନଗର ସ୍ଥିତ ଏକ ପ୍ରେସର କୁକର୍ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ନିଆଁର ପ୍ରଭାବ ବହୁତ ଅଧିକ ଥିବା ଅବେଳେ ଏଥିରେ ଗୋଦାମରେ ଥିବା ସାମଗ୍ରୀ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି: ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତଦିନରେ ଅଦିନିଆ ବର୍ଷା କାରଣରୁ ଚାଷୀମାନେ କ୍ଷତିର ସାମ୍ନା କରିଛନ୍ତି। ଅନେକ ଜିଲାରେ ଧାନ ବିଲରେ ଧାନ ଭାସି ଯାଇଥିବା ବେଳେ ବାଦାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri