ଦିନକରେ ୨ ଲକ୍ଷ କୋଟି ଯୋଡ଼ିଲେ ନିବେଶକ

ନୂଆଦିଲ୍ଲୀ,୨୭।୮ (ଅଭୟ ଦାଶ): ଭୂ ରାଜନୈତିକ ସମସ୍ୟା ଓ ଦର ବୃଦ୍ଧି ସମସ୍ୟା ମଧ୍ୟରେ ଭାରତୀୟ ନିବେଶ ବଜାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ଘରୋଇ ଶେୟାର ବଜାରର ନିବେଶକ ଦିନକରେ ୨ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଉଲ୍ଲେଖଯୋଗ୍ୟ, ସୋମବାରର ଶେୟାର ବଜାର କାରବାର ଶେଷ ପରେ ନିବେଶକ ପୁଞ୍ଜି ବଜାରରେ ୨ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ଯୋଡ଼ିଛନ୍ତି। ଫଳରେ ପୁଞ୍ଜିବଜାରର ପରିମାଣ ୪୬୨.୪୦ ଲକ୍ଷ କୋଟିରେ ପହଞ୍ଚତ୍ଛି। ପୂର୍ବ କାର୍ଯ୍ୟଦିବସର ଫଳାଫଳ ପରେ ବଜାର ପରିମାଣ ପ୍ରାୟ ୪୬୦.୪୦ ଲକ୍ଷ କୋଟି ଟଙ୍କାରେ ଥିଲା।
ସେହିଭଳି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ହେଉଥିଲାବେଳେ ନିବେଶକମାନେ ମଧ୍ୟ ବେଶ୍‌ ଉତ୍ସାହିତ ଅଛନ୍ତି। ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବା ବିଏସ୍‌ଇ ସେନସେକ୍ସ ପ୍ରାୟ ୬୧୨ ପଏଣ୍ଟ ବଢି ୮୧,୬୯୮ ଅଙ୍କରେ ରହିଥିଲାବେଳେ ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ବା ଏନ୍‌ଏସ୍‌ଇ ନିଫ୍ଟି ୨୫,୦୦୦ ଅଙ୍କ ଉପରେ ରହିଛି। ଏପରିକି ଏନ୍‌ଏସ୍‌ଇ ନିଫ୍ଟି-୫୦ର କାରବାର ୦.୭୬% ବୃଦ୍ଧି ପାଇଁ ୨୫,୦୧୧ଅଙ୍କରେ ପହଞ୍ଚତ୍ଛି। ଅପରପକ୍ଷରେ ୩୦ ଶେୟାର ବିଶିଷ୍ଟ ବିଏସ୍‌ଇ ସେନସେକ୍ସର ମିଡକ୍ୟାପର କାରବାର ୦.୫% ଏବଂ ସ୍ମଲ୍‌କ୍ୟାପ ୦.୨% ବୃଦ୍ଧି ଘଟିଥିଲାବେଳେ ନିଫ୍ଟି ମିଡକ୍ୟାପ ୦୬୪% ବଢ଼ି ୫୮,୯୩୧.୧୫ଅଙ୍କରେ ରହିଛି। ସେହିଭଳି ନିଫ୍ଟି ସ୍ମଲକ୍ୟାପ ୦.୪୧% ବୃଦ୍ଧି ଘଟି ୯୦୬୮.୧୫ ଅଙ୍କରେ ଥିଲାବେଳେ ନିଫ୍ଟି ବ୍ୟାଙ୍କ ୦.୪୨% ବଢ଼ି ୫୧,୧୪୮.୧୦ ଅଙ୍କରେ ପହଞ୍ଚତ୍ଛି। ସେହିପରି ସେକ୍ଟରାଲଭିତ୍ତିରେ ଆଇଟି, ମେଟାଲ, ଅଏଲ ଆଣ୍ଡ ଗ୍ୟାସ ଏବଂ ପ୍ରପର୍ଟି ଆଦିରେ ନିବେଶକମାନେ ୧ରୁ ୨% ନିବେଶ ବୃଦ୍ଧି କରିଥିଲାବେଳେ ନିଫ୍ଟ କ୍ଷେତ୍ରରେ ହିଣ୍ଡୋଲ୍‌କୋ, ଏନ୍‌ଟିପିସି, ଏଚ୍‌ସିଏଲ୍‌ ଟେକ୍‌, ବଜାଜ ଫିନସର୍ଭ, ଓଏନ୍‌ଜିସି, ଆଦାନୀ ପୋର୍ଟ, ଆଇଚର ମୋଟର୍ସ ଏବଂ ନେସ୍‌ଲେ ଭଳି ନିବେଶକ ସର୍ବାଧିକ ଲାଭବାନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସକୁ ୯୦୦୦ ଟଙ୍କା ରୋଜଗାର କରିବାକୁ ଚାହାନ୍ତି କି? ପୋଷ୍ଟ ଅଫିସର ଏହି ଯୋଜନା ଜବରଦସ୍ତ; ନିବେଶ କରି… 

ନୂଆଦିଲ୍ଲୀ,୨୬।୧୦: ଭାରତର ସର୍ବପୁରାତନ ଅନୁଷ୍ଠାନ ମଧ୍ୟରୁ ପୋଷ୍ଟ ଅଫିସ(ଡାକଘର) ଅନ୍ୟତମ। ଏହା ଡାକ ସମ୍ବନ୍ଧୀୟ ସୁବିଧା ମିଳିବା ସହିତ ବିନିଯୋଗ ଲାଗି ଆକର୍ଷଣୀୟ ବିକଳ୍ପ ପ୍ରଦାନ...

ଆଇଡିବିଆଇର ଆର୍ଥିକ ଫଳାଫଳ

ନୂଆଦିଲ୍ଲୀ,୨୬।୧୦: ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକମଣ୍ଡଳୀ ଆଇଡିବିଆଇ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବ୍ୟାଙ୍କର ଆଗାମୀ କାର୍ଯ୍ୟକଳାପ ଓ ଚଳିତ...

ପ୍ରିମିୟମ ବ୍ରାଣ୍ଡ୍‌ ଉପରେ ଆକର୍ଷଣୀୟ ଅଫର

ନୂଆଦିଲ୍ଲୀ,୨୬।୧୦: ବର୍ତ୍ତମାନ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ୍‌ ଫେଷ୍ଟିଭାଲ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଏପରିକି ଆମାଜନ୍‌.ଇନ୍‌ରେ ଭଲ ଅଫର, ବଡ଼ ସଞ୍ଚୟ, ବ୍ଲକ୍‌ ବଷ୍ଟର ମନୋରଞ୍ଜନ ଏବଂ...

ରିଲାଏନ୍ସ ଡିଜିଟାଲରେ ଫେଷ୍ଟିଭାଲ୍‌ ଅଫ୍‌ ଇଲେକ୍ଟ୍ରୋନିକ୍ସ

ମୁମ୍ବାଇ,୨୬।୧୦: ପ୍ରତି ବର୍ଷ ଭଳି ଚଳିତ ବର୍ଷ ଦୀପାବଳିରେ ମଧ୍ୟ ରିଲାଏନ୍ସ ଡିଜିଟାଲର ଇଲେକ୍ଟ୍ରୋନିକ୍ସ ମହୋତ୍ସବ ପାଳନ କରାଯାଉଛି। ଏପରିକି ରିଲାଏନ୍ସ ଡିଜିଟାଲର ବହୁ ପ୍ରତୀକ୍ଷିତ...

ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ

ଭୁବନେଶ୍ୱର,୨୬।୧୦ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ସର୍ବପୁରାତନ ଗହଣା ବ୍ରାଣ୍ଡ୍‌ ଖିମ୍‌ଜୀ ଜୁଏଲର୍ସର ନୂତନ ଅଭିଯାନ ‘ରୌନକ ୱାଲି ଦିୱାଲି’ର ଶୁଭାରମ୍ଭ...

ଦିନକରେ ନିବେଶକ ହରାଇଲେ ୬ଲକ୍ଷ କୋଟି

ମୁମ୍ବାଇ,୨୬।୧୦: କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟୁଥିଲାବେଳେ ପୁଞ୍ଜିବଜାରର ନିବେଶକମାନେ ଆଶା ଆଶଙ୍କା ମଧ୍ୟରେ କାରବାର କରୁଛନ୍ତି। ଏପରିକି ଚଳିତ କାର୍ଯ୍ୟ...

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ସର୍ବଭାରତୀୟ ସ୍ତରରେ ସେବା ଦିବସ ପାଳିତ, ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ଲକ୍ଷ୍ୟ: ଶାଲୁ ଜିନ୍ଦଲ

ନୂଆଦିଲ୍ଲୀ,୨୩।୧୦: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ସାମାଜିକ ପ୍ରତିଷ୍ଠାନ (ସଙ୍ଗଠନ) ଜିନ୍ଦଲ ଫାଉଣ୍ଡେଶନ ପକ୍ଷରୁ ଫାଉଣ୍ଡେଶନର ଅଧ୍ୟକ୍ଷା ତଥା ବିଶିଷ୍ଟ ସାମାଜିକ କର୍ମୀ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri