ମହାନଦୀରେ ବୁଡ଼ି ୨ନାବାଳକ ନିଖୋଜ

ସମ୍ବଲପୁର,୧୨।୧୦(ଭବାନୀ ଶଙ୍କର ଭୋଇ): ସମ୍ବଲପୁର ସହରର ବଡବଜାରସ୍ଥିତ ମହାନଦୀ ସଡ଼କ ଘାଟରେ ଶୁକ୍ରବାର ପାଣିରେ ବୁଡ଼ି ୨ ନାବାଳକ ନିଖୋଜ ହୋଇଛନ୍ତି। ନାବାଳକ ଦ୍ୱୟ ହେଲେ ସମ୍ବଲପୁର କ୍ଷେତରାଜପୁର ଅଞ୍ଚଳର ଏସ.କନିସ୍କ ଓ ହିମାଂଶୁ। ଉଭୟେ କ୍ଷେତରାଜପୁରସ୍ଥିତ ବିଦ୍ୟାଳୟରେ ନବମ ଶ୍ରେଣୀରେ ପଢୁଥିଲେ। ଘାଟକୁ ୩ ଜଣ ନାବାଳକ ଗାଧୋଇବାକୁ ଯାଇଥିବାବେଳେ ପାଣି ସ୍ରୋତରେ ୨ ଜଣ ଭାସି ଯାଇଥିଲେ। ଘଟଣା ବିଷୟରେ ଜଣାପଡିବା ପରେ କ୍ଷେତରାଜପୁର ପୋଲିସ ଓ ଅଗ୍ନିଶମ ବାହିନୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଓଡ୍ରାଫ୍‌ ଟିମ୍‌ ଓ ସ୍ଥାନୀୟ ମତ୍ସ୍ୟଜୀବୀମାନେ ମଧ୍ୟ ଖୋଜିବା କାର୍ଯ୍ୟରେ ସହାୟତା କରୁଛନ୍ତି। ରାତିରେ ଆଲୋକ ସମସ୍ୟା ଦେଖାଦେବା ପରେ ଓଡ୍ରାଫ୍‌ ପକ୍ଷରୁ ଲାଇଟର ବ୍ୟବସ୍ଥା କରାଯାଇ ମହାନଦୀରେ ଖୋଜିବା କାର୍ଯ୍ୟ ଜାରି ରହିଛି।
ତେବେ ରାତି ସୁଦ୍ଧା ନିଖୋଜ ନାବାଳକଙ୍କ କୌଣସି ସନ୍ଧାନ ମିଳିପାରି ନ ଥିଲା। ଘଟଣାସ୍ଥଳରେ ଅତିରିକ୍ତ ଏସ୍‌ପି ଅଜୟ ମିଶ୍ର ପହଞ୍ଚି ଉଦ୍ଧାର କାର୍ଯ୍ୟ ନେଇ ତଦାରଖ କରିଥିଲେ। ସଡକ ଘାଟରେ ନିଖୋଜ ହୋଇଥିବା ଉଭୟ ନାବାଳକଙ୍କ ଜୋତା ଚପଲ ଆଦି ମିଳିଥିବା ବେଳେ ସେମାନେ ଘରୁ ଖେଳିବାକୁ ଯାଉଥିବା କହି ମହାନଦୀ ସଡକ ଘାଟକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳଦ ଖୋଜିବାକୁ ଯାଇଥିଲେ, ଟାଣିନେଲା କୁମ୍ଭୀର, ଚିତ୍କାର ଶୁଣି…

ମହାକାଳପଡ଼ା,୧୬ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବଳଦ ଖୋଜିବା ହେଲା କାଳ। ନଦୀକୂଳରେ ଛକି ରହିଥିଲା ବଉଳା କୁମ୍ଭୀର। ନାଳି ପାର୍ଶ୍ୱରେ ବଳଦ ଖୋଜିବାକୁ ଯାଇଥିବା ଶଙ୍କର ସାମନ୍ତ(୫୦)ଙ୍କୁ...

ପୁଣି ବିବାଦରେ ଛନ୍ଦିହେଲେ ବରଗଡ଼ ଧନୁଯାତ୍ରାର କଂସ ହୃଷୀକେଶ ଭୋଇ, ଲାଞ୍ଚ ନେଇ…

ବରଗଡ଼,୧୬ା୧୦(ପ୍ରେମାନନ୍ଦ ଖମାରୀ): ଆଉମାତ୍ର ଅଢ଼େଇ ମାସ ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଆସନ୍ତା ୨୦୨୫ ଜାନୁଆରୀ ୩ରୁ ଏହି ମହୋତ୍ସବ ଆରମ୍ଭ...

ବିଭିନ୍ନ ଜିଲାରେ ସ୍ଥାପିତ ହେବ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି, ଜାଣନ୍ତୁ କେଉଁଠି କାହାର…

ଭୁବନେଶ୍ୱର, ୧୬ା୧୦: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା,...

ଝିଅଙ୍କୁ ଛୁରି ଭୁସି ହତ୍ୟାକଲେ ବାପା

ଚିତ୍ରକୋଣ୍ଡା,୧୬ା୧୦(ପ୍ରଫୁଲ୍ଲ ଚନ୍ଦ୍ର ତ୍ରିପାଠୀ): ବାପା ସାଜିଲେ ସଇତାନ। ଜନ୍ମିତ ଶିଶୁକନ୍ୟାଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି। ଏପରି ଘଟଣା ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ...

ଝିଅ ଆଗରେ ସ୍ତ୍ରୀଙ୍କ ଗଳା କାଟିଦେଲେ ସ୍ବାମୀ, ଆଉ ତା’ ପରେ…

କାଲିମେଳା,୧୬ା୧୦(ଜୀବନକୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ପିଭି ୨୩ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳାଙ୍କ ଗଳାକୁ ତାଙ୍କ ସ୍ବାମୀ ଛୋଟ ଝିଅ...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri