ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର ପ୍ରଭାବରେ ଉତ୍ତର-ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ଶନିବାର ସୁଦ୍ଧା ଏହି ଗଭୀର ଅବପାତ, ଅବପାତରେ ରୂପ ନେବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ। ତେବେ ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ ଓ କେନ୍ଦୁଝରରେ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସମ୍ପୃକ୍ତ ଜିଲାଗୁଡ଼ିକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହପରି ପ୍ରବଳ ବର୍ଷା ନେଇ ଯାଜପୁର, କେନ୍ଦ୍ରପଡ଼ା, ଢ଼େଙ୍କାନାଳ ଓ କଟକ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ସେହିପରି ଅନୁଗୁଳ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି। ସେହିପରି ୨୭ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ତେବେ ବାଲେଶ୍ୱର ଓ ମୟୁରଭଞ୍ଜକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

ଅନାସ୍ଥା ପ୍ରସ୍ତାବରେ ପଦ ହରାଇଥିଲେ ଏନ୍‌ଏସି ଅଧ୍ୟକ୍ଷ: ହିମାଦ୍ରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭବାନୀପାଟଣା,୨୫।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଏନଏସି ଅଧ୍ୟକ୍ଷ ମୁକେଶ ଅଗ୍ରୱାଲ ଅନାସ୍ଥା ପ୍ରସ୍ତାବରେ ନିଜ ପଦ ହରାଇଥିବା ନେଇଁ ଗୁରୁବାର ଗୃହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri