ସମ୍ବଲପୁର,୨୯।୮(ବ୍ୟୁରୋ): ଫୁଲୁଛି ମହାନଦୀ। ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦକୁ ୮ ଲକ୍ଷ କ୍ୟୁସେକ୍ରୁ ଅଧିକ ଜଳ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ହୀରାକୁଦର ଆଉ ଦୁଇଟି ଗେଟ୍ ଖୋଲାଯାଇଛି। ଫଳରେ ଏବେ ମୋଟ ୪୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏବେ ଡ୍ୟାମ୍ର ଜଳସ୍ତର ୬୨୬.୮୧ ଫୁଟ୍ ରହିଛି।
ପ୍ରକାଶ ଯେ, ମହାନଦୀରେ ମଧ୍ୟମ ଧରଣର ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି। ଏହାକୁ ନେଇ ମହାନଦୀ ଅବବାହିକାର ସମସ୍ତ ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ୬ ଆଇଏଏସ୍ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।