Posted inଜାତୀୟ

ଦେଶରେ ଆଉ ୨ ଜଣ HMPV ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,୭।୧: ଭାରତରେ HMPV ଭାଇରସ କ୍ରମାଗତ ଭାବରେ ବୃଦ୍ଧି ପାଉଛି। ମହାରାଷ୍ଟ୍ର ନାଗପୁରରୁ ଆଉ ୨ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଚିହ୍ନଟ ୨ ଶିଶୁଙ୍କ ବୟସ ଯଥାକ୍ରମେ ୭ ବର୍ଷ ଓ ୧୩ ବର୍ଷ। ପ୍ରଥମେ ଜ୍ବର, ଥଣ୍ଡାରେ ଆକ୍ରାନ୍ତ ହେବା ପରେ ପଜିଟିଭ ଆସିଛି। କାଲି ଗୋଟିଏ ଦିନରେ ୫ ଶିଶୁ ପଜିଟିଭ ଚିହ୍ନଟ ହୋଇଥିଲେ ।
ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୭ ଜଣ ଏହି ଭୂତାଣୁର ଶିକାର ହୋଇଛନ୍ତି। ଅନ୍ୟପଟେ କେନ୍ଦ୍ର ସରକାର କହିଛନ୍ତି ଯେ ମାମଲା ବୃଦ୍ଧି କୋଭିଡ ପରି ପରିସ୍ଥିତି ସୃଷ୍ଟି କରିବ ନାହିଁ।ବେଙ୍ଗାଲୁରୁ, ନାଗପୁର ଏବଂ ତାମିଲନାଡୁରେ ଦୁଇଟି ଲେଖାଏଁ ଏବଂ ଅହମ୍ମଦାବାଦରେ ଏକ ମାମଲା ସାମ୍ନାକୁ ଆସିଛି।

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ସୋମବାର ଏକ ଭିଡିଓ ଜାରି କରି କହିଛନ୍ତି ଯେ, HMPV ଜୀବାଣୁ ନୂଆ ନୁହେଁ ଏବଂ ଅନେକ ସ୍ବାସ୍ଥ୍ୟ ବିଶେଷଜ୍ଞ ସ୍ପଷ୍ଟ କରିଛନ୍ତି ଯେ ଏହି ଜୀବାଣୁ ପ୍ରଥମେ ୨୦୦୧ରେ ଚିହ୍ନଟ ହୋଇଥିଲା ଏବଂ ଏହା ପରଠାରୁ ଏହା ସମଗ୍ର ବିଶ୍ୱରେ ବ୍ୟାପିଛି। ସେ କହିଛନ୍ତି ଯେ HMPV ଜୀବାଣୁ ଶ୍ୱାସକ୍ରିୟା ମାଧ୍ୟମରେ ବ୍ୟାପିଥାଏ ଏବଂ ଏହା ସମସ୍ତ ବୟସ ବର୍ଗର ଲୋକଙ୍କୁ ପ୍ରଭାବିତ କରିଥାଏ। ଏହାର ପ୍ରାଦୁର୍ଭାବ ବିଶେଷତଃ ଶୀତ ଏବଂ ବସନ୍ତରେ ଦେଖାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲୁକ୍କାୟିତ ପ୍ରତିଭାର ବିକାଶକୁ ଗୁରୁତ୍ୱ

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):  ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ପିଲାଙ୍କ ଲୁକ୍କାୟିତ ପ୍ରତିଭାର ବିକାଶ କରିବ। ଏହା ମାଧ୍ୟମରେ ପିଲାଙ୍କୁ ସହ ଶୈକ୍ଷିକ କାର୍ଯ୍ୟକ୍ରମରେ ନିୟୋଜିତ...

ଶୁଦ୍ଧକ୍ରିୟାକୁ ବିତିଥିଲା ୩୭ ବର୍ଷ:  ମା’ କୋଳକୁ  ଫେରିଲା ହଜିଲା ପୁଅ, କୋଳେଇନେଇ… 

ଦାରିଙ୍ଗବାଡ଼ି,୧୧।୪ (ଅରୁଣ ସାହୁ): ଶୁଦ୍ଧକ୍ରିୟାକୁ ୩୭ ବର୍ଷ ବିତିବା ପରେ ଜନ୍ମ ମାଟିକୁ ଫେରିଲେ ପୁଅ ଆଉ ପରିବାର ଗ୍ରାମବାସୀ ଦେଖି ହୋଇଗଲେ ଆଶ୍ଚର୍ଯ୍ୟ। ଏଭଳି...

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ...

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି।...

The Bird Suicide Valley: ଦୁଷ୍ଟ ଆତ୍ମା ନା ଅନ୍ୟକିଛି, ଏଇ ଗାଁରେ ପକ୍ଷୀମାନେ ଯାଇ କରନ୍ତି ଆତ୍ମହତ୍ୟା

ଆସାମର ଜାଟିଙ୍ଗା ନାମକ ଏକ ଛୋଟ ଗାଁରେ ପ୍ରତିବର୍ଷ ସେପ୍ଟେମ୍ବରରୁ ନଭେମ୍ବର ମାସ ମଧ୍ୟରେ ଏକ ଅଜଣା ଘଟଣା ଘଟିଥାଏ। ଏହି ସମୟରେ ବିଭିନ୍ନ ପ୍ରଜାତିର...

ଭଞ୍ଜନଗର ବିଭିନ୍ନ ସ୍ଥାନରେ ଆୟୁଷ୍ମାନ ଭାରତ ଶୁଭାରମ୍ଭ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଭାରତ ସରକାରଙ୍କ ନେତୃତ୍ୱରେ ଚାଲିଥିବା ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀଙ୍କ ଜନ ଆରୋଗ୍ୟ ଯୋଜନା (ଏବିପିଏମଜେଏୱାଇ) ଏବଂ ଆମ ରାଜ୍ୟର ଗୋପବନ୍ଧୁ ଜନ...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ...

ଦିଗପହଣ୍ଡିରେ ଶ୍ରୀରାମ ନବମୀ ଯାତ୍ରା ମହୋତ୍ସବ ଉଦ୍‌ଯାପିତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି କମାସାହିଠାରେ ବିଜେ ଶ୍ରୀବାଲାଜୀ ଏବଂ ଠାକୁରାଣୀ ଛକରେ ବିଜେ ଶ୍ରୀ ରଘୁନାଥଙ୍କ ପବିତ୍ର ରାମନବମୀ ଯାତ୍ରା ମହୋତ୍ସବ ଶୁକ୍ରବାର ଉଦଯାପିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image