ଭୁବନେଶ୍ୱର, ୨୫।୫(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ଆସନ୍ତା ୨୬ ତାରିଖରେ ପ୍ରକାଶ ପାଇବ। ପରିଷଦ କାର୍ଯ୍ୟାଳୟରେ ରବିବାର ଅପରାହ୍ନ ୩ଟାରେ ରେଜଲ୍ଟ ପ୍ରକାଶ ପାଇବ ବୋଲି ଶୁକ୍ରବାର ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ସୂଚନା ଦେଇଛନ୍ତି। ଚଳିତବର୍ଷ ପ୍ରଥମଥର ପାଇଁ ଗୋଟିଏ ଦିନରେ ଏକାଥରକରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟର ରେଜଲ୍ଟ ବାହାରିବ। ଛାତ୍ରୀଛାତ୍ର www.orissaresults.nic.in ଓ୍ବେବ୍ସାଇଟରେ ରେଜଲ୍ଟ ଦେଖିପାରିବେ। ସୂଚନାଯୋଗ୍ୟ, ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି।