ଏଣିକି ଗୋଟିଏ ଦିନରେ ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର,୩୧ା୫(ବ୍ୟୁରୋ): ମାଟ୍ରିକ ଭଳି ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା ବଦଳିବ। ଏଥର ଗୋଟିଏ ଦିନରେ ଯୁକ୍ତ ୨ ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା କରାଯାଇଛି। ଆସନ୍ତା ଶିକ୍ଷାବର୍ଷଠାରୁ ଏକାସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଏବଂ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ଏବଂ ଖୁବ୍‌ଶୀଘ୍ର ବିଧିବଦ୍ଧ ଭାବରେ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପରୀକ୍ଷା ନିୟନ୍ତ୍ରକ ଅଶୋକ ନାୟକ।

Share