ଭୁବନେଶ୍ୱର,୪।୭(ବ୍ୟୁରୋ): ଯୁକ୍ତ ଦୁଇ ପରୀକ୍ଷା ଫଳ ଜୁଲାଇ ଶେଷ ସପ୍ତାହରେ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ ସୋମବାର ଏହି ସୂଚନା ଦେଇଛନ୍ତି।
ଏପ୍ରିଲ ୨୮ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା। ମୋଟ ୩ ଲକ୍ଷ ୨୧ ହଜାର ୫୦୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେଥିମଧ୍ୟରୁ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ବିଜ୍ଞାନରେ ୭୮ ହଜାର ୭୭ ଏବଂ ବାଣିଜ୍ୟରେ ୨୪ ହଜାର ୧୩୬ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେହିପରି ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।