Categories: ଜାତୀୟ

୨ସଡ଼କ ଦୁର୍ଘଟଣା: ୧୩ ମୃତ,୪୭ ଆହତ

ବଡ଼ୋଦରା,୧୮।୧୧: ଦୁଇଟି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମୋଟ ୪୭ ଜଣ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୭ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଓ୍ବାଗଡ଼ା କ୍ରସିଂଠାରେ ଦୁଇ ଟ୍ରକ୍‌ ମଧ୍ୟରେ ଧକ୍କା ହେବାରୁ ଏଭଳି ଅଭାବନୀୟ ଘଟଣା ଘଟିଛି। ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ମୃତକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ପୋଲିସ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସେହିପରି ଉତ୍ତରପ୍ରଦେଶରେ ଅନ୍ୟ ଏକ ସଡ଼କ ଦୁର୍ଘଟଣାରେ ୨ ଜଣ ଶ୍ରମିକ ମୃତ୍ୟୁ ହେବା ସହିତ ୩୦ ଜଣ ଆହତ ହୋଇଛନ୍ତି। ମୁରାଦାବାଦ୍‌ରେ ବିହାରରୁ ପଞ୍ଜାବଙ୍କୁ କାମ ପାଇଁ ୮୦ ଜଣ ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ସହିତ ଏକ ଟ୍ରକ୍‌ ଧକ୍କା ଦେଇଛି। ଜାତୀୟ ରାଜପଥ ନମ୍ବର ୨୪ରେ ଏହି ଦୁର୍ଘଟଣା ଘଟିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି।

Share