ଅଘଟଣ: ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ିଗଲେ ୨ ଛାତ୍ର

ବାରିପଦା,୧୭।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ଉପକଣ୍ଠ ସଦର ଥାନା ଅଧୀନ କାଠପାଳ ବନ୍ଧରେ ବୁଡି ୨ଜଣ ଯୁକ୍ତ ଦୁଇ ବିଜ୍ଞାନ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏକ ଘରୋଇ ବିଜ୍ଞାନ କଲେଜର ଏହି ଛାତ୍ର ଦ୍ବୟ ସାଙ୍ଗମାନଙ୍କ ସହିତ ବିଶ୍ବକର୍ମା ମୂର୍ତ୍ତି ବିସର୍ଜନ ପାଇଁ ଆସିଥିବା ବେଳେ ଏହି ଅଘଟଣ ଘଟିଛି । ଘଟଣା ସ୍ଥଳରେ ବାରିପଦା ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

ଛାତ୍ର ଦ୍ବୟ ହେଲେ ବାଦାମପାହାଡ଼ ଅଞ୍ଚଳର ଠାକୁର ସୋରେନ ଏବଂ କରଞ୍ଜିଆ ତାଟୋ ଅଞ୍ଚଳର ବଡ଼ଗାଁର ଭାଗ୍ୟ ପ୍ରକାଶ ପାତ୍ର ବୋଲି ଜଣାପଡିଛି। ସେମାନେ ହଷ୍ଟେଲରେ ରହି ପଢୁଥିଲେ । ୨ଜଣ ଛାତ୍ରୀଙ୍କ ଶରୀର ଅସୁସ୍ଥ ପାଇଁ ହଷ୍ଟେଲ ଦାୟିତ୍ୱରେ ଥିବା ଶିକ୍ଷକ ସେମାନଙ୍କୁ ଡାକ୍ତରଖାନା ନେଇ ଯାଇଥିବା ବେଳେ ଛାତ୍ରମାନେ ମୂର୍ତ୍ତି ବିସର୍ଜନ ପାଇଁ ବନ୍ଧକୁ ଆସିଥିଲେ। ତେବେ ମୂର୍ତ୍ତି ବିସର୍ଜନ ବେଳେ ଅସାବଧାନତା କାରଣରୁ ପ୍ରକାଶ ପାଣିରେ ବୁଡି ଯାଇଥିଲେ। ତାଙ୍କୁ ଉଦ୍ଧାର କରିବା ପାଇଁ ଠାକୁର ପାଣିରେ ପଶି ଥିଲେ। ହେଲେ ଲଘୁଚାପ ଜନିତ ବର୍ଷା ପାଇଁ ଅଧିକ ପାଣି ଥିବାରୁ ଦୁଇ ଜଣ ଭାସି ଯାଇଛନ୍ତି। ଦୁଇଜଣ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଛାତ୍ର। ସୂଚନା ଥାଉକି ଗଣେଜ ପୂଜା ମୂର୍ତ୍ତି ବିସର୍ଜନ ସମୟରେ ବାରିପଦା ସଦରଥାନା ଅଧୀନ ଲକ୍ଷ୍ମୀପୋଷୀ ନିକଟ ସୁବର୍ଣ୍ଣରେଖା କେନାଲରେ ୨ଜଣ ଛାତ୍ର ବୁଡିବାର ୪ଦିନ ପରେ ପୁଣି ଏଭଳି ଘଟଣା ଚିନ୍ତାଜନକ ସାଜିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ସବୁ ଜିଲାରେ ହେବ…

ଭୁବନେଶ୍ୱର,୧୯।୯: ରାଜ୍ୟର ସମସ୍ତ ଜିଲାରେ ମେଡିକାଲ କଲେଜ ହେବ। ଗୁରୁବାର ଏନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହି ଘୋଷଣା କରିଛନ୍ତି। ଖୁବଶୀଘ୍ର ଏଥିନିମନ୍ତେ କାର୍ଯ୍ୟ ଖସ...

ସମ୍ବଲପୁରୀ ଗାୟିକାଙ୍କ ମୃତ୍ୟୁକୁ ନେଇ ଉଠିଲା ପ୍ରଶ୍ନ, ଜଣେ ଗାୟକଙ୍କ ନାଁରେ ଅଭିଯୋଗ ଆଣିଲେ ପରିବାର ଲୋକେ

ସମ୍ବଲପୁର,୧୯ା୯: ସମ୍ବଲପୁରୀ ସମ୍ବଲପୁରୀ ଗାୟିକା ତଥା ଅଭିନେତ୍ରୀ ରୁକ୍‌ସାନାଙ୍କ ମୃତ୍ୟୁକୁ ନେଇ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଭୁବନେଶ୍ବରର ଏକ ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଆଜିଠାରୁ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ଚାଲିବ ପର୍ଯ୍ୟଟନକ୍ଷେତ୍ରର ସଫେଇ, ପ୍ଲାଷ୍ଟିକ୍‌ ମୁକ୍ତ ପାଇଁ ସମସ୍ତେ…

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): ଦାରିଙ୍ଗବାଡ଼ି ଏକ ପର୍ଯ୍ୟଟନକ୍ଷେତ୍ର ଭାବେ ଜଣାଶୁଣା। ଦୈନିକ ଶହଶହ ପର୍ଯ୍ୟଟକ ଦାରିଙ୍ଗବାଡ଼ି ବୁଲିବାକୁ ଆସୁଥିବା ବେଳେ କୁଢ଼କୁଢ଼ ଅଳିଆ ଆବର୍ଜନା ଦେଖି ପର୍ଯ୍ୟଟକ...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ବାହାରିଲା ନିଯୁକ୍ତି, ଲକ୍ଷେ ଯାଏଁ ରହିଛି ଦରମା…

ଭୁବନେଶ୍ୱର,୧୯।୯: ଓଡ଼ିଶା ସବଓଡ଼ିନେଟ ଷ୍ଟାଫ ସିଲେକ୍ସନ କମିଶନରେ ଓଡ଼ିଶା ପାଇଁ ୨୬୨୯ ପଦ ପାଇଁ ନିଯୁକ୍ତି ପ୍ରକାଶ ପାଇଛି। ଏନେଇ ଅଗଷ୍ଟ ୩୧ରେ ଘୋଷଣା କରାଯାଇଥିଲା।...

ଆଜିଠାରୁ ଭାରତ-ବାଂଲାଦେଶ ଟେଷ୍ଟ ସିରିଜ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଚେନ୍ନାଇ, ୧୯।୯ (ପି.ଟି.):ଭାରତ ଓ ବାଂଲାଦେଶ ମଧ୍ୟରେ ୨ ଟେଷ୍ଟ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଏଠାରେ ଆରମ୍ଭ ହେବ। ବାଂଲାଦେଶ ଏହା ପୂର୍ବରୁ...

ନିଖୋଜ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣାଗଡ ୧୯।୯ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣଗଡ ଥାନା ସରମୁହାଣ ଓ ଭଇଁଷା ଗାଁର ମୁଖ୍ୟ ରାସ୍ତା କଡ଼ରେ ଏକ ମହୁଲ ଗଛରେ ଯୁବକଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri