ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ରବିବାର ମଧ୍ୟରେ ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ପରେ ସାରା ଓଡ଼ିଶା ଭିଜିବ । କାରଣ ପ୍ରବଳ ଶୀତ ପରେ ବର୍ଷା ଆସୁଛି । ଆଗକୁ ତାପମାତ୍ରା ବଢିବା ସହିତ କିଛି ଜିଲାରେ କୋହଲା ପାଗ ଜାରି ରହିବ ।
କେତେକ ସ୍ଥାନରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଆସନ୍ତା ୨୭ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ପରେ ପାଗ ବଦଳିବା ସହିତ ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଏବଂ କେନ୍ଦୁଝର ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୮ ତାରିଖରେ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡର ଅଧିକାଂଶ ଅଞ୍ଚଳରେ ବର୍ଷା ହେବ ।