ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି ଯାତ୍ରୀବାହୀ ଟ୍ରେନ ସାମ୍‌ନା ସାମ୍‌ନି ହୋଇଛି। ତେବେ ଏହି ଟ୍ରେନ ଦ୍ୱୟ ଧକ୍କା ହୋଇ ନ ଥିଲେ ମଧ୍ୟ ଯାତ୍ରୀମାନେ ଭୟଭୀତ ହୋଇପଡିଥିଲେ। ଯାତ୍ରୀବାହୀ ଟ୍ରେନ୍‌ଟି ତାର ଗତି ଧୀର କରିବାରୁ ଯାତ୍ରୀମାନେ ଓହ୍ଲାଇ ପଡିଥିଲେ।

ସୂଚନା ଅନୁସାରେ, ଶନିବାର ଅପରାହ୍ନରେ ରାଉରକେଲା ରେଳ ଷ୍ଟେଶନ ଡାଉନଲାଇନ୍‌ରେ ଏକ ମାଲବାହୀ ଟ୍ରେନ୍‌ ସମ୍ବଲପୁର ଅଭିମୁଖେ ଯାତ୍ରା କରିଥିଲା। ଏହି ସମୟରେ ଅପରପାର୍ଶ୍ୱରୁ ଉକ୍ତ ଟ୍ରାକ୍‌ରେ ଏକ ଯାତ୍ରୀବାହୀ ଟ୍ରେନ୍‌ ସମ୍ବଲପୁର ପଟୁ ରାଉରକେଲା ଅଭିମୁଖେ ଆସୁଥିଲା। ଯାତ୍ରୀବାହୀ ଟ୍ରେନ୍‌ର ଲୋକୋ ପାଇଲଟ୍‌ ମାଲବାହୀ ଟ୍ରେନ୍‌ ଉକ୍ତ ଟ୍ରାକ୍‌ରେ ଆସୁଥିବା ଦେଖି ପ୍ରାୟ ଅଧ କିଲୋମିଟର ଦୂରରୁ ଟ୍ରେନ୍‌ର ଗତିକୁ ଧୀର କରିବାରୁ ଗାଡି ଅଟକିଥିଲା। ତେବେ ରାଉରକେଲା ରେଳ ଷ୍ଟେଶନର ମାତ୍ର ୩ଶହ ମିଟର ଦୂରରେ ଏହି ଘଟଣା ଘଟିଥିବା ଜଣାପଡିଛି।

ଏ ସମ୍ପର୍କରେ ରାଉରକେଲା ରେଲଓ୍ବେ ଷ୍ଟେଶନ ମାଷ୍ଟର ପ୍ରଭାସ ରଞ୍ଜନ ଦାସଙ୍କୁ ପଚାରିବାରୁ ସେ କହିଥିଲେ, ଗୋଟିଏ ରେଳ ଟ୍ରାକ୍‌ରେ ଦୁଇଟି ଟ୍ରେନ୍‌ ସାମ୍‌ନା ସାମ୍‌ନି ହେବା କିଛି ନୂଆ କଥା ନୁହଁ। ବର୍ତ୍ତମାନ ରେଳ ଟ୍ରାକ୍‌ ଗୁଡିକରେ ଅଟୋମେଟିକ ସିଗ୍‌ନାଲ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଯଦି ଗୋଟିଏ ଟ୍ରାକ୍‌ରେ ପୂର୍ବରୁ କୌଣସି ଟ୍ରେନ୍‌ ଅଛି ତେବେ ସିଗ୍‌ନାଲ ମାଧ୍ୟମରେ ଟ୍ରେନ୍‌ର ଗତିକୁ ନିୟନ୍ତ୍ରଣ କରିବା ପାଇଁ ଲୋକୋ ପାଇଲଟ୍‌ଙ୍କୁ ଅବଗତ କରାଯାଇଛି। ତେଣୁ ଏଥିରେ ଭୟଭୀତ ନ ହେବା ପାଇଁ ଷ୍ଟେଶନ ମାଷ୍ଟର ଦାସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ସୃଷ୍ଟିହେଲା ୨ଟି ଘୂର୍ଣ୍ଣିବଳୟ, ୧୨ଜିଲାରେ ଅତି ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୯: ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri