Advertisement

ସୁନ୍ଦରଗଡ଼ରେ ଚାଞ୍ଚଲ୍ୟ: ଟାଙ୍ଗିଆରେ ହାଣି ୨ ମହିଳାଙ୍କୁ ହତ୍ୟା

ହେମଗିର,୨୨।୩(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ତୁମୁଲିଆରେ ଶନିବାର ସନ୍ଧ୍ୟାରେ ୨ ମହିଳାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରାଯାଇଛି। ସେମାନେ ହେଲେ ବିଳାସିନୀ ସୁଏର(୪୫) ଓ ରୁକ୍ମଣୀ ଭୈଶାଳ(୬୫)। ହେମଗିର ପୋଲିସ ଅଭିଯୁକ୍ତଙ୍କୁ ଅଟକ ରଖି ପଚରା ଉଚରା କରିବା ସହ ଘଟଣାର ଅଧିକ ତଦନ୍ତ କରୁଛି।

ମିଳିଥିବା ସୂଚନା ଅନୁଯାୟୀ, କୌଣସି କଥାକୁ କେନ୍ଦ୍ରକରି ଖୁଡ଼ୀ ବିଳାସିନୀ ଓ ତାଙ୍କ ମା’ ରୁକ୍ମଣୀଙ୍କ ସହ ଅଭିଯୁକ୍ତଙ୍କ ଝଗଡ଼ା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ଅଭିଯୁକ୍ତ ଜଣକ ୨ ଜଣଙ୍କୁ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share