ଭିଏଲ୍‌ଡବ୍ଲ୍ୟୁଙ୍କୁ ୨ ବର୍ଷ ଜେଲ

ଭୁବନେଶ୍ୱର,୧୯।୧୨ (ସତ୍ୟଜିତ୍‌ ରାଉତ): ଇନ୍ଦିରା ଆବାସର ବିଲ୍‌ କରିଦେବାକୁ ଲାଞ୍ଚ ନେବା ମାମଲାରେ ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ଥିବା ବର୍ତ୍ତମାନର ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ୍‌ର ଭିଏଲ୍‌ଡବ୍ଲ୍ୟୁ ଅଶୋକ କୁମାର ପାଟସାଆଣୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଅଶୋକଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୨୦ ହଜାର ଅର୍ଥଦଣ୍ଡରେ ମଧ୍ୟ ଦଣ୍ଡିତ କରାଯାଇଛି। ଜରିମାନା ଅନାଦେୟ ସେ ଅଧିକ ୧୦ ମାସ ଜେଲଦଣ୍ଡ ଭୋଗିବେ ବୋଲି ବିଚାରପତି ସସ୍ମିତା ପାଢ଼ୀ ତାଙ୍କ ରାୟରେ ଉଲ୍ଲେଖ କରିଛନ୍ତି।

୨୦୧୧ରେ ଅଶୋକ ବେଗୁନିଆ ବ୍ଲକ୍‌ ଅନ୍ତର୍ଗତ ହୀରାପୁର ଓ ବୋତଳମା ପଞ୍ଚାୟତରେ କାର୍ଯ୍ୟନିର୍ବାହୀ ଅଧିକାରୀ (ଭିଏଲ୍‌ଡବ୍ଲ୍ୟୁ) ଥିବାବେଳେ ଇନ୍ଦିରା ଆବାସ ବିଲ୍‌ କରାଇ ଦେବାକୁ ସ୍ଥାନୀୟ ବାସିନ୍ଦା ଦୋଳଗୋବିନ୍ଦ ମାଝୀଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଥିଲେ। ଦୋଳଗୋବିନ୍ଦଙ୍କୁ ୩ଟି କିସ୍ତିରେ ୪୫ ହଜାର ଟଙ୍କା ମିଳିବାର ଥିଲା। ପ୍ରଥମ କିସ୍ତି ବିଲ୍‌ ପାସ୍‌ କରାଇବାକୁ ଅଶୋକ ୨ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ୧ ହଜାର ନେବାକୁ କଥା ଛିଡ଼ିଥିଲା।

ଏନେଇ ୨୦୧୧ ମେ’ ୪ରେ ଦୋଳଗୋବିନ୍ଦ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ମେ’୫ରେ ଲାଞ୍ଚ ଟଙ୍କା ଗ୍ରହଣ ବେଳେ ଭିଜିଲାନ୍ସ ଟିମ୍‌ ହାତରେ ଅଶୋକ ଧରାପଡିଥିଲେ। ଏନେଇ ଭୁବନେଶ୍ୱର ଭିଜିଲାନ୍ସ ଥାନାରେ ଏକ ମାମଲା (ନଂ.୨୯/୨୦୧୧) ରୁଜୁ କରାଯାଇ ଅଶୋକଙ୍କୁ ଗିରଫ କରାଯାଇଥିଲା। ସେ ଜେଲ ଯାଇ ଜାମିନରେ ମୁକୁଳିଥିଲେ। କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରାଯିବା ପରେ ୨୦୧୨ରୁ ଶୁଣାଣି ପ୍ରକ୍ରିୟା ଆରମ୍ଭ ହୋଇଥିଲା। ୯ଜଣଙ୍କ ସାକ୍ଷ୍ୟ ଏବଂ ଅନ୍ୟ ଦସ୍ତାବିଜ୍‌ ଆଧାରରେ ବିଚାରପତି ରାୟ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ସରକାରୀ ଓକିଲ କାମଦେବ ତ୍ରିପାଠୀ ପରିଚାଳନା କରୁଥିଲେ। ଅଶୋକଙ୍କୁ ଚାକିରିରୁ ବହିଷ୍କୃତ କରିବାକୁ କମ୍ପିଟେଣ୍ଟ ଅଥରିଟିକୁ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀରେ ହବିଷ୍ୟାଳିଙ୍କ ମୃତ୍ୟୁ: ଚିକିତ୍ସାରେ ଅବହେଳା ଅଭିଯୋଗ ଆଣିଲେ ପରିବାର ଲୋକେ

ପୁରୀ ୨୬ା୧୦(ଅଜିତ୍‌ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ପକ୍ଷରୁ ହବିଷ୍ୟାଳିଙ୍କ ପାଇଁ ପୁରୀରେ ହବିଷ୍ୟାଳି କେନ୍ଦ୍ର କରାଯାଇଛି। ୪ଟି କେନ୍ଦ୍ରରେ ହବିଷ୍ୟାଳିମାନଙ୍କ ରହିବା ନିମନ୍ତେ ପ୍ରଶାସନ...

ମୁଖ୍ୟମନ୍ତ୍ରୀ କହିଲେ ଏହି ୩ ଜିଲା ବେଶି ପ୍ରଭାବିତ, ଆଜି ରାତିରେ…

ଭୁବନେଶ୍ୱର,୨୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶନିବାର ସନ୍ଧ୍ୟାରେ ଏସ୍‌ଆର୍‌ସିଙ୍କ କାର୍ଯ୍ୟାଳୟରେ ବାତ୍ୟା ପରବର୍ତ୍ତୀ ସ୍ଥିତି ଓ ପୁନରୁଦ୍ଧାର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅବଗତ ହୋଇଛନ୍ତି। ପୁନରୁଦ୍ଧାର...

ସ୍କ୍ରବ୍‌ ଟାଇଫସ୍‌ରେ ଚାଷୀଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼୨୬।୧୦(ପ୍ରେମାନନ୍ଦ ଖମାରୀ): ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହୋଇ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ହେଲେ, ବରଗଡ଼ ଜିଲା ପାଇକମାଲ...

ବୁଲେଟରେ ଆସି ଯୁବକଙ୍କ ଉପରକୁ ବୋମା ଫିଙ୍ଗିଲେ ଦୁର୍ବୃତ୍ତ, ଆଉ ତା’ପରେ…

ଦିଗପହଣ୍ଡି,୨୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତାରେ ଥିବା ଏକ ଘରୋଇ ଫାଇନାନ୍ସ କମ୍ପାନୀ ଶାଖା କାର୍ଯ୍ୟାଳୟ ଏବଂ ଜିମ୍‌ ନିକଟରେ ଶନିବାର ସନ୍ଧ୍ୟା...

ଜମି କିଣାବିକାରେ ବଡ଼ ଧରଣର ଜାଲିଆତି: ଧରାପଡ଼ିଲେ ୩ ଅଭିଯୁକ୍ତ, ଏବେ ବି ଅନେକ ଫେରାର

ବରଗଡ଼,୨୬।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଜମି କିଣାବିକାରେ ଜାଲିଆତି କାରବାର ଚର୍ଚ୍ଚାର ବିଷୟ ହୋଇଛି। ବରଗଡ଼ ଜିଲା ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ (ଡିଷ୍ଟ୍ରିକ୍ଟ ସବ୍‌ରେଜିଷ୍ଟ୍ରାର ଅଫିସ୍‌)ରେ...

ମାନବୀୟ ମୂଲ ଉପରେ ତର୍କ ଉପସ୍ଥାପନ କରି ଜିଲା ପାଇଁ ଗୌରବ ଆଣିଲେ ଅଧ୍ୟାପକ ପ୍ରତାପ ଚନ୍ଦ୍ର

ଭବାନୀପାଟଣା,୨୬ା୧୦(ଉତ୍ତମ କୁମାର ଦାଶ): ଭବାନୀପାଟଣା ଜୟ ପ୍ରକାଶ ସାନ୍ଧ୍ୟ ଡିଗ୍ରୀ ମହାବିଦ୍ୟାଳୟର ଇଂରାଜୀ ଅଧ୍ୟାପକ ତଥା ଜାତୀୟ ସେବା ଯୋଜନା ଅଧିକାରୀ ପ୍ରତାପ ଚନ୍ଦ୍ର ଦାଶ...

ବ୍ରିଜ ଉପରେ ସ୍କୁଟିରଖି ନଦୀକୁ ଯୁବକ ଡେଇଁବା ଘଟଣା: ହାଇଦ୍ରାବାଦରେ ଥାଇ ବାପାଙ୍କ ସହ ହେଲେ କଥା

ଗଞ୍ଜାମ,୨୬।୧୦(ବିଦ୍ୟାଧର ସାହୁ ): ଗତ ୨୩ ତାରିଖରେ ଜଣେ ଯୁବକ ନିଜ ସ୍କୁଟି ଓ ଚପଲ ବ୍ରିଜ ଉପରେ ରଖି ନଦୀକୁ ଡେଇଁ ପଡ଼ିଥିବା ଖବର...

ବାତ୍ୟାରେ ଜିରୋ କାଜୁଆଲିଟି ପାଇଁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ଲୋକଙ୍କୁ ସୁରକ୍ଷିତ ରଖି…

ଭୁବନେଶ୍ୱର,୨୬ା୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍‌ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri