ଭାଜପା ପ୍ରାର୍ଥୀଙ୍କଠାରୁ ୫ ଲକ୍ଷ ଦାବିକଲେ ୨ ଯୁବକ

ଖୋର୍ଦ୍ଧା,୧୫ା୫(ପ୍ରଭାତ ପାଣିଗ୍ରାହୀ):ପୁରୀ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ଭାଜପା ପ୍ରାର୍ଥୀଙ୍କ ବାଇକ୍‌ ଶୋଭାଯାତ୍ରା ଚାଲିଥିବା ବେଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ରଜରାଜପୁର ଗ୍ରାମଠାରେ ଦୁଇଜଣ ଯୁବକ ହଠାତ୍‌ ପ୍ରଚାର ଗାଡ଼ିକୁ ଅଟକାଇବା ସହ ଲୋକ ସଭା ପ୍ରାର୍ଥୀ ଓ ବିଧାନସଭା ପ୍ରାର୍ଥୀଙ୍କୁ ୫ଲକ୍ଷ ଟଙ୍କା ବଟି ଦେବା ପାଇଁ ଦାବି କରିଥିଲେ। ଏନେଇ ଉଭୟ ପକ୍ଷଙ୍କ ମଧ୍ୟରେ ବଚସା ହୋଇଥିଲା। ପୋଲିସର ହସ୍ତକ୍ଷେପ ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା।
ସୂଚନା ମୁତାବକ, ଡୁଙ୍ଗାମାଳ ପଞ୍ଚାୟତର ବ୍ରଜରାଜପୁର ଗ୍ରାମ ଅଭିମୁଖେ ଲୋକ ସଭା ପ୍ରାର୍ଥୀ ଡା.ସମ୍ବିତ ପାତ୍ର ଓ ବିଧାନସଭା ଭାଜପା ପ୍ରାର୍ଥୀ ପୃଥ୍ବୀରାଜ ହରିଚନ୍ଦନ କର୍ମୀଙ୍କ ସହ ବାଇକ୍‌ ଶୋଭାଯାତ୍ରାରେ ଯାଉଥିଲେ। ବ୍ରଜରାଜପୁର ଗ୍ରାମର ଦୁଇଜଣ ଯୁବକ ହଠାତ୍‌ ଶୋଭାଯାତ୍ରା ବନ୍ଦ କରିବାକୁ ଧମକ ଦେବା ସହ ଗାଳିଗୁୁଲଜ କରିଥିଲେ। ଏପରିକି ଗାଁ ଭିତରକୁ ଗଲେ ୫ଲକ୍ଷ ଟଙ୍କା ଦେବାକୁ ପଡିବ ବୋଲି ଦାବି କରିଥିଲେ। ଏନେଇ ଭାଜପା ସମର୍ଥକମାନେ ବିରୋଧ କରିବାରୁ ବଚସା ହୋଇଥିଲା। ଖବରପାଇ ନାଭାଲ ଫାଣ୍ଡି ଅଧିକାରୀ ପହଞ୍ଚତ୍ ବୁଝୁଶୁଝା କରିବା ପରେ ପରିସ୍ଥିତି ନିୟନ୍ତ୍ରଣ ହୋଇଥିଲା। ଏହି ଘଟଣାକୁ ନେଇ ଡୁଙ୍ଗମାଳ ପଞ୍ଚାୟତର ଭାଜପା ସଭାପତି ଅର୍ଜ୍ଜୁନ ସାହୁ ସମ୍ପୃକ୍ତ ଯୁବକଦ୍ୱୟଙ୍କ ବିରୋଧରେ ନାଭାଲ ଫାଣ୍ଡିରେ ଲିଖିତ ଅଭିଯୋଗ କରିଛନ୍ତି। ଏନେଇ ଫାଣ୍ଡି ଅଧିକାରୀ ରବୀନ୍ଦ୍ରନାଥ ଗୌଡ କହିଛନ୍ତି, ଘଟଣା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଅବଗତ କରାଯାଇଛି। ତେବେ ଘଟଣାର ତଦନ୍ତ ଜାରି ରହିଛି ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri