ଚଣ୍ଡିଖୋଲ,୧୬।୫(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଗେଙ୍ଗୁଟି ନଦୀକୁ ଗାଧୋଇବାକୁ ଯାଇ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାସନ ପୁରୁଷୋତ୍ତମପୁର ଅଞ୍ଚଳ ଅମିତ ଖଣ୍ଡାଇ, ମଳୟ ନାୟକ ।
ସୂଚନାଯୋଗ୍ୟ, ୩ ଯୁବକ ନଦୀକୁ ଗାଧୋଇବାକୁ ଯାଇଥିବା ସମୟରେ ଦୁଇ ଜଣ ଯୁବକଙ୍କ ଗୋଡ଼ ଖସିଯିବାରୁ ନଦୀରେ ବୁଡି ଯାଇଥିଲେ । ସ୍ଥାନୀୟ ଲୋକେ ନଦୀରେ ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରିଥିଲେ।
ଉଭୟଙ୍କୁ ବଡ଼ଚଣା ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।