ଦଶମରେ ଡ୍ରପ୍ ଆଉଟ ତାଲିକାରେ ଓଡ଼ିଶା ଦେଶରେ ପ୍ରଥମ

ନୂଆଦିଲ୍ଲୀ,୧୮ା୧୨: ବର୍ଷ ୨୦୨୧-୨୨ରେ ଭାରତରେ ୨୦.୬ ପ୍ରତିଶତ ଛାତ୍ରୀଛାତ୍ର ଦଶମରେ ପାଠ ପଢା ଛାଡିଥିବା ବେଳେ ୪୯.୯ ପ୍ରତିଶତ ସହିତ ଓଡ଼ିଶା ପ୍ରଥମରେ ରହିଛି। ୪୨.୧ ପ୍ରତିଶତ ସହିତ ବିହାର ଦ୍ୱିତୀୟ, ତୃତୀୟରେ ମେଘାଳୟ(୩୩.୫ ପ୍ରତିଶତ), ଚତୁର୍ଥରେ କର୍ଣ୍ଣାଟକ(୨୮.୫ ପ୍ରତିଶତ) ରହିଥିବା ଏକ ଲିଖିତ ଉତ୍ତରରେ ସୋମବାର ଲୋକସଭାରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଡିଏମକେ ଏମପି କଳାନିଧି ବିରସ୍ୱମୀଙ୍କ ପ୍ରଶ୍ନର ଉତ୍ତରରେ କେନ୍ଦ୍ରମନ୍ତ୍ରୀ କହିଥିଲେ ଯେ, ନିକଟରେ ଶିକ୍ଷା ମନ୍ତ୍ରଣାଳୟ ଦ୍ୱାରା କରାଯାଇଥିବା ଅନୁସନ୍ଧାନକୁ ଆଧାର କରି ସରକାର ପ୍ରାୟ ୩.୫ ନିୟୁତ ଛାତ୍ରୀଛାତ୍ର ଦଶମ ଶ୍ରେଣୀରେ ପାଠପଢା ଛାଡିଛନ୍ତି। ୨୦୨୨ରେରେ ୧,୮୯,୯୦,୮୦୯ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେଇଥିଲେ, ସେଥିମଧ୍ୟରୁ ୨୯,୫୬,୧୩୮ ଛାତ୍ର ପରବର୍ତ୍ତୀ ଶ୍ରେଣୀକୁ ଯିବାରେ କରିବାରେ ବିଫଳ ହୋଇଥିଲେ।

”ତେବେ ପରୀକ୍ଷାରେ ବିଫଳ ହେବାର କାରଣ ସମସ୍ତଙ୍କ ପାଇଁ ଭିନ୍ନ ହୋଇପାର। ଯେପରିକି, ବିଦ୍ୟାଳୟରେ ନ ଯିବା, ବିଦ୍ୟାଳୟରେ ଶିକ୍ଷକଙ୍କ ନିର୍ଦେଶ ଅନୁସରଣ ନ କରିବା, ଅଧ୍ୟୟନରେ ଆଗ୍ରହର ଅଭାବ, ପ୍ରଶ୍ନପତ୍ରର ଅସୁବିଧା, ଗୁଣାତ୍ମକ ଶିକ୍ଷକଙ୍କ ଅଭାବ, ପିତାମାତା, ଶିକ୍ଷକ ଏବଂ ବିଦ୍ୟାଳୟଗୁଡ଼ିକର ସମର୍ଥନ ଅଭାବ ଇତ୍ୟାଦି ରହିଛି। ଏହାବାଦ, ଶିକ୍ଷା ସମ୍ବିଧାନର ଏକକାଳୀନ ତାଲିକାରେ ଅଛି ଏବଂ ଅଧିକାଂଶ ବିଦ୍ୟାଳୟ ସମ୍ପୃକ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କ ଅଧୀନରେ ଅଛି ବୋଲି ପ୍ରଧାନ କହିଛନ୍ତି। ଏହି ସମୟରେ ସେ ୨୦୧୮ ରୁ ୨୦୨୧-୨୨ ବର୍ଷ ପର୍ଯ୍ୟନ୍ତ ବିଭିନ୍ନ ରାଜ୍ୟରେ ଦଶମରେ ପାଠ ପଢା ଛାଡିଥିବା ବିଦ୍ୟାର୍ଥୀଙ୍କ ତଥ୍ୟ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ମୁହଁଖୋଲିଲେ ପିସିସିଏଫ: କହିଲେ…

ଭୁବନେଶ୍ୱର,୨୦।୯: ଫରେଷ୍ଟରଙ୍କ ମୃତ୍ୟୁକୁ ନେଇ ପିସିସିଏଫ ଦେବୀଦତ୍ତ ବିଶ୍ବାଳ ଶୁକ୍ରବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଅପ୍ରାକୃତିକ ମୃତ୍ୟୁ ହୋଇଛି, ଆତ୍ମହତ୍ୟା ଅଭିଯୋଗରେ ତଦନ୍ତ ଚାଲିଛି।...

ଭରତପୁର ଥାନାରେ ଲୋମଟାଙ୍କୁରା କଳା ରାତିର କଥା କହିବା ପରେ, ଏବେ ଡିସିପିଙ୍କ ମନ୍ତବ୍ୟକୁ ନେଇ…

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ପୀଡ଼ିତା ମୁହଁ ଖୋଲିବା ପରେ ଏବେ ଡିସିପିଙ୍କ ମନ୍ତବ୍ୟ ନେଇ ପ୍ରଶ୍ନ ଉଠୁଛି।...

ରେଡ୍‌ ଡଟ୍‌ ହେଲ୍‌ଥ ସହ ଉତ୍କଳ ହସ୍ପିଟାଲର ବୁଝାମଣା

ଭୁବନେଶ୍ୱର,୨୦।୯ (ଅଭୟ ଦାଶ):ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ ତଥା ଭୁବନେଶ୍ୱରର ଉତ୍କଳ ହସ୍ପିଟାଲ ଏବଂ ରେଡ୍‌ ଡଟ୍‌ ହେଲ୍‌ଥ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ...

ନବୀନଙ୍କ କଥାରେ ଚିହିଁକି ଉଠିଲେ ସୁରେଶ ପୂଜାରୀ: କହିଲେ ଶହେ ଦିନର ସରକାରକୁ…

ଭୁବନେଶ୍ୱର,୨୦।୯: ନବୀନଙ୍କ ନ୍ୟାୟିକ ତଦନ୍ତ ଦାବିକୁ କଟାକ୍ଷ କଲେ ମନ୍ତ୍ରୀ ସୁରେଶ ପୂଜାରୀ। ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା: ମୁହଁ ଖୋଲିଲେ ନବୀନ, କହିଲେ….

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣାରେ ମୁହଁ ଖୋଲିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ସେ ଏହି ଘଟଣା...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରୂପ୍‌ସା,୨୦ା୯(ବାଞ୍ଛାନିଧି ଦେ): ବାଲେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଚାଲିଛି। ଯନ୍ତ୍ରୀ ଏନ୍‌.ଭି ହରିହର ରାଓଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri