ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦ ଜଣ ଆକ୍ରାନ୍ତଙ୍କ ମତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକଙ୍କ ମଧ୍ୟରୁ ଯାଜପୁରରୁ ସର୍ବାଧିକ ୪ ଜଣ ଥିବା ବେଳେ ଖୋର୍ଦ୍ଧା, ବାଲେଶ୍ୱର, କେନ୍ଦ୍ରାପଡାରୁ ୩ ଜଣ ଅଛନ୍ତି। ସେହିପରି ମୟୁରଭଞ୍ଜରୁ ୨, ନବରଙ୍ଗପୁର, ଭଦ୍ରକ, କଟକ, ଜଗତସିଂହପୁର ଏବଂ କେନ୍ଦୁଝରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୮ହଜାର ୮୩୮କୁ ବୃଦ୍ଧି ପାଇଛି।