ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ,୨୪।୩: ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ନାବାଳିକା ବଳାତ୍କାର ମାମଲାର ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ମାମଲାର ବିଚାର କରି ଅଭିଯୁକ୍ତ ଶମ୍ଭୁ ମହାରଣାଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୨୨ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦିଆଯାଇଛି। ଜରିମାନା ଅନାଦାୟେ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ସେହିପରି ପୀଡିତାଙ୍କୁ ୬ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ମୁତାବକ, ୨୦୧୯ ନଭେମ୍ବର ୨୮ ତାରିଖ ସନ୍ଧ୍ୟାରେ ନାବାଳିକା ଜଣକ ଘରେ ପଢ଼ୁଥିଲେ। ସେତିକିବେଳେ ଶମ୍ଭୁ ତାଙ୍କୁ ଡାକିନେଇ ଏକ ନିଛାଟିଆ ଅର୍ଦ୍ଧନିର୍ମିତ ଘରେ ବଳାତ୍କାର କରିଥିଲେ। ନାବାଳିକା ଘରକୁ ଆସି ଘଟଣା ସମ୍ପର୍କରେ ମା’ଙ୍କୁ କହିଥିଲେ। ସେହିଦିନ ରାତିରେ ନାବାଳିକାଙ୍କ ମା’ ଥାନାରେ ପହଞ୍ଚି ଏକ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା(ନଂ.୮୫/୧୯) ରୁଜୁ କରି ତଦନ୍ତ କରିଥିଲା। ପୋଲିସ ତଦନ୍ତ ପରେ ଅଭିଯୁକ୍ତ ଶମ୍ଭୁଙ୍କୁ ଗିରଫ କରିଥିଲା। ୧୨ଜଣଙ୍କ ସାକ୍ଷ୍ୟ ପ୍ରମାଣ ଏବଂ ମେଡିକାଲ ରିପୋର୍ଟକୁ ଭିତ୍ତିକରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ଅସିମ ପ୍ରହରାଜ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri