Advertisement

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ଫୁଲବାଣୀ ଅଫିସ, ୭ା୩: ଜଣେ ନାବାଳିକାଙ୍କୁ ବଳାତ୍କାର କରିବା ଘଟଣାର ରାୟ ସୋମବାର ପ୍ରକାଶ ପାଇଛି। ଫୁଲବାଣୀ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସିତ କୁମାର ବେହେରା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା କରାଯାଇଛି। ଏହା ଅନାଦାୟ ଅଧିକ ୬ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ପୀଡିତାଙ୍କୁ ୬ ଲକ୍ଷ ଟଙ୍କାର କ୍ଷତିପୂରଣ ପ୍ରଦାନ ପାଇଁ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଛି। ଅଭିଯୁକ୍ତ ଜଣକ ହେଲେ ରାୟଗଡା ଜିଲା ଆମ୍ବଦୋଳା ଥାନା ବଡମୁଦ୍ରା ଗ୍ରାମର ସୁନୀଲ ସପାକ। ୨୦୨୦ ଫେବୃୟାରୀ ୨୧ ଶିବରାତ୍ରି ଦିନ ତୁମୁଡିବନ୍ଧ ଅଞ୍ଚଳର ଜଣେ ନାବାଳିକା ଜଲେଶପଟା ସ୍ଥିତ ଶିବମନ୍ଦିରକୁ ଯାଇଥିବା ବେଳେ ଅଭିଯୁକ୍ତ ତାଙ୍କୁ ରାୟଗଡା ନେଇ ଯାଇଥିଲେ। ସେଠାରେ ତାଙ୍କ ଇଚ୍ଛା ବିରୋଧରେ ବଳାତ୍କାର କରିଥିଲେ। ନାବାଳିକା ଜଣକ ଉପାୟ ନ ପାଇ ସମ୍ପର୍କୀୟ ଭଉଣୀଙ୍କ ଘରକୁ ଯାଇ ଘଟଣା ସମ୍ପର୍କରେ କହିବା ପରେ ଥାନାରେ ଅଭିଯୋଗ ହୋଇଥିଲା।

Subscribe to Dharitri WhatsApp ChannelSubscribe to Dharitri WhatsApp Channel

Share