ଆଜି ରାଜ୍ୟରେ ୨୦୦ ପାର୍‌ କଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୧୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୨୬ ଜଣ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୭, ବଲାଙ୍ଗୀର ଏବଂ କଟକରୁ ୨୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୬, ବାଲେଶ୍ୱର ୧୧, ବରଗଡ଼ ୧୩, ଭଦ୍ରକ ୪, ବୌଦ୍ଧ ୨, ଢେଙ୍କାନାଳ ୧୦, ଗଞ୍ଜାମ ୪, ଜଗତସିଂହପୁର ୨, ଯାଜପୁର ୫, ଝାରସୁଗୁଡ଼ା ୩, କଳାହାଣ୍ଡି ୫, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୧୦, ମୟୂରଭଞ୍ଜ ୯, ନବରଙ୍ଗପୁର ୧, ନୂଆପଡ଼ା ୨, ପୁରୀ ୫, ରାୟଗଡ଼ା ୩ ଏବଂ ସମ୍ବଲପୁରରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୭।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୪୬୦ ରେ ପହଞ୍ଚିଥିବା ବେଳେ ୩,୩୬,୩୩୭ ଜଣ ସୁସ୍ଥ ହୋଇଛନ୍ତି। ୧୧୫୧ ଜଣ ଚିକିିତ୍ସିତ ହେଉଛନ୍ତି।

Share