ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ

ଭୁବନେଶ୍ୱର,୭ା୯: ୩ ମାସରେ ପୂରଣ ହେବ ୨ ହଜାର ଫରେଷ୍ଟ ଗାର୍ଡ ପଦବୀ। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ଶନିବାର ସୂଚନା ଦେଇଛନ୍ତି। କେନ୍ଦୁଝରରେ ସୁଭଦ୍ରା ରଥର ଶୁଭାରମ୍ଭ ଅବସରରେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ ୩ ହଜାର ଫରେଷ୍ଟ ଗାର୍ଡ ପଦବୀ ଖାଲିପଡ଼ିଛି। ଏଥିରୁ ୨ ହଜାର ପଦବୀ ପୂରଣ କରାଯିବ। ଏନେଇ ପ୍ରସ୍ତୁତି ଚାଲିଥିବା ମନ୍ତ୍ରୀ କହିଛନ୍ତି।

ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ସୁଭଦ୍ରା ସଚେତନତା ରଥ ଗଡ଼ିଛି। ଉକ୍ତ କାର୍ଯ୍ୟକ୍ରମରେ ଓଡ଼ିଶା ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଏବଂ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ମନ୍ତ୍ରୀ, ଗଣେଶରାମ ସିଂହ ଖୁଣ୍ଟିଆ ଯୋଗ ଦେଇ ପତାକା ହଲାଇ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ କେନ୍ଦୁଝର ଏମ୍‌ପି ଅନନ୍ତ ନାୟକ, ପାଟଣା ବିଧାୟକ ଅଖିଳ ନାୟକ, ଜିଲାପାଳ ବିଶାଳ ସିଂହ, ଡିଏଫ୍‌ଓ ଧନରାଜ ଏଚ. ଡିଙ୍କ ସମେତ ବହୁ ବିଶିଷ୍ଟ ଲୋକ, ମହିଳା ସଦସ୍ୟା, ଭାଜପା ଦଳର ନେତା ଉପସ୍ଥିତ ଥିଲେ। ଏହି ରଥ ବିଭିନ୍ନ ବ୍ଲକର ଗାଁଗଣ୍ଡା ବୁଲି ଲୋକଙ୍କୁ ସୁଭଦ୍ରା ଯୋଜନା ବିଷୟରେ ସଚେତନ କରିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଆଜି ଭୁବନେଶ୍ୱରସ୍ଥିତ ଗାନ୍ଧୀମାର୍ଗରେ ‘ସୁଭଦ୍ରା’ ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନାର ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ବପ୍ନ ପୂରଣ କରିବା ଆମ ସରକାରଙ୍କ ଲକ୍ଷ୍ୟ। ମହିଳାଙ୍କ ଆକାଂକ୍ଷା ପୂରଣ କରିବାରେ ଏହି ଯୋଜନା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri